ବାତ୍ୟା “ୟାସ୍’ ପ୍ରଭାବିତ ସମସ୍ତ ୫ଟି ଜିଲ୍ଲାରେ ରାସ୍ତା ମରାମତି ସଂପୂର୍ଣ୍ଣ କଲା  ପୂର୍ତ୍ତ ବିଭାଗ 

0 2

ଭୁବନେଶ୍ୱର(ଶାସକ ପ୍ରଶାସକ) : ପୂର୍ତ୍ତ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପୂର୍ବ ପ୍ରସ୍ତୁତି ସହ ବାତ୍ୟା “ୟାସ୍’ ପ୍ରଭାବିତ ସମସ୍ତ ୫ଟି ଜିଲ୍ଲାରେ ରାସ୍ତାଘାଟର ମରାମତି ସଂପୂର୍ଣ୍ଣ ହୋଇଛିା  ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବାତ୍ୟା “ୟାସ୍’ରେ ସର୍ବାଧିକ ପ୍ରଭାବିତ ବାଲେଶ୍ୱର ଜିଲ୍ଲାରେ ବିଭାଗ ଅଧୀନରେ ଥିବା ମୋଟ ୭୦ଟି ରାସ୍ତା ମଧ୍ୟରୁ ୫୩ଟି ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା, ଯାହାକୁ କି ତ୍ୱରିତ ପଦକ୍ଷେପ ନିଆଯାଇ ୨୪ ଘଣ୍ଟା ମଧ୍ୟରେ ସମସ୍ତ ରାସ୍ତାକୁ ଗାଡ଼ି ଚଳାଚଳ ଉପଯୋଗୀ କରାଯାଇଥିଲାା 

ସେହିପରି ଭଦ୍ରକ ଜିଲ୍ଲାର ମୋଟ ୮୦ଟି ରାସ୍ତା ମଧ୍ୟରୁ ୩୬ଟି, କେନ୍ଦ୍ରାପଡ଼ା ଜିଲ୍ଲାର ୯୮ଟି ରାସ୍ତା ମଧ୍ୟରୁ ୪୯ଟି, ଜଗତସିଂହପୁର ଜିଲ୍ଲାର ମୋଟ ୪୫ଟି ରାସ୍ତା ମଧ୍ୟରୁ ୨୫ଟି ଏବଂ ମୟୂରଭଞ୍ଜ ଜିଲ୍ଲାର ମୋଟ ୩୪ଟି ରାସ୍ତାରୁ ୩୦ଟି ରାସ୍ତା ବାତ୍ୟା “ୟାସ୍’ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲାା ଅନେକ ସ୍ଥାନରେ ବଡ଼ ବଡ଼ ଗଛ ପଡ଼ିବା ସହ ରାସ୍ତା ଅବରୋଧ ହେବା ସହ କିଛି ସ୍ଥାନରେ ରାସ୍ତା କଟି ଯୋଗାଯୋଗ ବ୍ୟାହତ ହୋଇଥିଲାା

 ବିଭାଗ ପକ୍ଷରୁ ଏହିସବୁ ରାସ୍ତା ପାଇଁ ମୋଟ ୧୯୨ଟି ତ୍ୱରିତ ପ୍ରତିକ୍ରିୟା ଦଳ ଜରିଆରେ ଜେସିବି, ଇଲେକ୍ଟି୍ରକ୍ କଟର ଆଦି ଅତ୍ୟାଧୁନିକ ଯନ୍ତ୍ରପାତି ସାହାଯ୍ୟରେ ବାଧାପ୍ରାପ୍ତ ହୋଇଥିବା ସମସ୍ତ ରାସ୍ତାକୁ ସଫା ଓ ମରାମତି କରାଯାଇ ଯୋଗାଯୋଗକୁ ସ୍ୱାଭାବିକ କରାଯାଇ ପାରିଛିା ବିଭାଗ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇ ରାସ୍ତା ସଫା ହେବା ଫଳରେ ଗମନାଗମନରେ ସୁବିଧା ହେବା ସହ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ଯଥେଷ୍ଟ ସହଜ ହୋଇପାରିଛିା ସର୍ବୋଚ୍ଚ ଯନ୍ତ୍ରୀ ଏବଂ ମୁଖ୍ୟଯନ୍ତ୍ରୀଙ୍କୁ ମିଶାଇ ୫ ଜଣ ବରିଷ୍ଠ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟ ସଂପନ୍ନ ହୋଇଥିଲାା

 

Leave A Reply

Your email address will not be published.