ଭଦ୍ରକରେ ବିଭିନ୍ନ ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିସି ମାଧ୍ୟମରେ ଭିତ୍ତି ପ୍ରସ୍ତର ସ୍ଥାପନ ।

0 2

ଭଦ୍ରକବ୍ଲକ୍,(ସୀତାକାନ୍ତ ପାଢ଼ୀ)-ଓଡ଼ିଶାରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ନିମନ୍ତେ ଆଜି ଭରଚୁଆଲ ମଧ୍ୟମରେ ବିଭିନ୍ନ ପ୍ରକଳ୍ପର ଭିତ୍ତିି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଉପଲକ୍ଷେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲିକୁଇଡ ମେଡିକାଲ ଅକ୍ସିଜେନ (୬ କେଏଲ) ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା, ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ (୮୩୩ ଏଲପିଏମ)ର ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥା ସହିତ ଜିଲ୍ଲା ଭଣ୍ଡାରିପୋଖରୀ ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ ଗୃହ, ଧାମନଗର ବ୍ଲକ ଅନ୍ତର୍ଗତ ସୋହଡା ସ୍ୱାସ୍ଥ୍ୟ ଉପକେନ୍ଦ୍ର, ଚାନ୍ଦବାଲି ବ୍ଳକ ଅନ୍ତର୍ଗତ ଆରଡି ସ୍ଥିତ ଉପକେନ୍ଦ୍ର, ଧୂଷୁରୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରସୂତି କକ୍ଷ, ମତୋ ଠାରେ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା କେନ୍ଦ୍ର ସଂପ୍ରସାରଣ ଆଦି ୭ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମ କରାଯାଇଥିଲା । ଗେଲପୁର ସ୍ଥିତ ନବ ନିର୍ମାଣାଧୀନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପ୍ରାଙ୍ଗଣରେ କୋଭିଡ଼ କଟକଣା ମଧ୍ୟରେ ଅନୁଷ୍ଠିତ ଉତ୍ସବରେ ଏହା ସମ୍ପନ୍ନ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ଡ. ବ୍ୟୋମକେଶ ରାୟ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଂଜିବ ମଲ୍ଲିକ, ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକ ଜିଲ୍ଳା ପରିଷଦ ଅଧ୍ୟକ୍ଷ ଦ୍ୱିଜବର ରାଉତଙ୍କ ସମେତ ଜିଲ୍ଲାପାଳ ଡ. ଜ୍ଞାନ ଦାସ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ମଧୁସୂଦନ ଦାସ, ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସନ୍ତୋଷ ପାତ୍ର, ଉପଜିଲ୍ଲାପାଳ ପୀତାମ୍ବର ସାମଲଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ, ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.