ଟ୍ରେନ୍ ପାସେଞ୍ଜରମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା

0 2

● 21 ଟି ଦୂରଗାମୀ ବିଶେଷ ଟ୍ରେନ ଜୁଲାଇ ମାସ ତୃତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ପରିବର୍ତ୍ତେ ଖୋର୍ଦ୍ଧା ରୋଡ଼ ଷ୍ଟେସନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ପ୍ରାରମ୍ଭ କରିବ |

● 05 ଟି ସାପ୍ତାହିକ ବିଶେଷ ଟ୍ରେନ ନିର୍ଦ୍ଦିଷ୍ଟ ଦିନମାନଙ୍କରେ ପୁରୀ ପରିବର୍ତ୍ତେ ଖୋର୍ଦ୍ଧା ରୋଡ଼ ଷ୍ଟେସନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ପ୍ରାରମ୍ଭ କରିବ |

● ଦୈନନ୍ଦିନ ଚଳାଚଳ କରୁଥିବା ପାଞ୍ଚଟି ଏବଂ ଦ୍ବି-ସାପ୍ତାହିକ, ତ୍ରି-ସାପ୍ତାହିକ ଓ ସପ୍ତାହରେ ଚାରି ଦିନ ଚଳାଚଳ କରୁଥିବା ବିଶେଷ ଟ୍ରେନ ଏଥିରେ ଅନ୍ତର୍ଭୂକ୍ତ | ରଥ ଯାତ୍ରା ସମୟରେ କୋଭିଡି ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଅଛି | ରାଜ୍ୟ ସରକାରଙ୍କ ସହ ସମନ୍ୱୟ ମାଧ୍ୟମରେ ନିଷ୍ପତ୍ତି |

ଭୁବନେଶ୍ୱର (ଶାସକ ପ୍ରଶାସକ) : କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ଏବଂ ଓଡିଶା ରାଜ୍ୟ ସରକାରଙ୍କ ସହ ସମନ୍ୱୟ ରକ୍ଷା କରି ଜୁଲାଇ ମାସରେ ରଥ ଯାତ୍ରା ସମୟରେ ପୁରୀ ଆଡକୁ ଟ୍ରେନ୍ ସେବା ଉପରେ ପ୍ରତିବନ୍ଧ ଲଗାଇବାକୁ ନିଷ୍ପତ୍ତି ନିଆଯାଇଛି। 26 ଟି ଦୂର ଦୂରଗାମୀ ଟ୍ରେନ୍ ଖୋର୍ଦ୍ଧା ରୋଡ୍ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ଖୋର୍ଦ୍ଧା ରୋଡରୁ ଯାତ୍ରା ପ୍ରାରମ୍ଭ କରିବ | ଉଭୟ ଦିଗରୁ ଖୋର୍ଦ୍ଧା ରୋଡ୍ ଏବଂ ପୁରୀ ମଧ୍ୟରେ ଚଳାଚଳ ବାତିଲ ରହିବ |  ଟ୍ରେନ୍ ଗୁଡିକ ହେଲା ନିମ୍ନମତେ …

Leave A Reply

Your email address will not be published.