ଭଦ୍ରକ ବ୍ଲକ୍ (ସୀତାକାନ୍ତ ପାଢ଼ୀ):ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ତିହିଡ଼ି ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ବ୍ରଜମୋହନ ମଲିକ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କାଉପୂର୍ ଗ୍ରାମ ଅଞ୍ଚଳରେ ଚଢାଉ କରାଯାଇ ଗୋଟିଏ ସ୍କୁଟି,୧୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସଂପୃକ୍ତ ଆଗରପଡା ଥାନା ଅନ୍ତର୍ଗତ ଇଟୁଆ ଗ୍ରାମର କୈଳାସଚନ୍ଦ୍ର ବେହେରା ଗିରଫ କରାଯାଇଛି। ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍.ଆଇ ପ୍ରହଲ୍ଲାଦ ସାମଲ , ଭବେଶ ଦାସ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ସତ୍ୟରଞ୍ଜନ ସେଠୀ, ଅନବାଦିତ୍ୟ ବାରିକ, ଖଗେଶ୍ବର ଜେନା, ଜେମାମଣି ଜାମୁଡା ପ୍ରଭୃତି ସାମିଲ ଥିଲେ । ସଂପୂର୍କ୍ତ ଥିବା ଆସାମୀ ଜଣଙ୍କୁ ଏକ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି।
Sign in
Sign in
Recover your password.
A password will be e-mailed to you.