ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଦ୍ୱାରା ଲୋକାର୍ପିତ ହେଲା ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଇ-ଲେକଚର 

0 2

ଭୁବନେଶ୍ୱର(ଶାସକ ପ୍ରଶାସକ):କୋଭିଡ୍-୧୯ ସ୍ଥିତିରେ ଯେତେବେଳେ ଶ୍ରେଣୀଗୃହରେ ପ୍ରତ୍ୟକ୍ଷ ଶିକ୍ଷାଦାନ ବାଧାପ୍ରପ୍ତ ହୋଇଛି, ସେତେବେଳେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଇ-ଲେକ୍ଚର ଉପଯୋଗୀ ସାବ୍ୟସ୍ତ ହୋଇପାରିବା ଇ-ଲେକ୍ଚର ମାଧ୍ୟମରେ ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀମାନେ ବହୁଳ ଭାବରେ ଉପକୃତ ହୋଇପାରିବେ ଏବଂ ଏହା ଶିକ୍ଷାଦାନ ପଦ୍ଧତିକୁ ଅଧିକ ସୁଦୃଢ଼ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତିା ଆଜି କୃଷିଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡ. ସାହୁ ଇ-ଲେକ୍ଚରକୁ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତିା 

ସୂଚନାଯୋଗ୍ୟ ଯେ ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନ୍ତର୍ଗତ ଭର୍ଚୁଆଲ ଟିୟୁଟୋରିଆଲ୍ ପ୍ରକଳ୍ପ ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲାା ସମୁଦାୟ ୫ କୋଟି ଟଙ୍କାର ଏହି ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ୬୦:୪୦ ଅନୁପାତରେ ଅର୍ଥ ପ୍ରଦାନ କରିଥିଲୋ ବିଭିନ୍ନ ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ପାଇଁ ବିିଭିନ୍ନ ବିଷୟରେ ଇ-ଲେକ୍ଚର ପ୍ରସ୍ତୁତ କରିବା ନିମନ୍ତେ ଉତ୍କଳ ବିଶ୍ୱବିଦ୍ୟାଳୟର ଦୂର-ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟ(ଡିଡିସିଇ)ଠାରେ ଏକ ଉତ୍ସର୍ଗୀକୃତ ଷ୍ଟୁଡିଓ ନିର୍ମାଣ କରାଯାଇଛିା ଛାତ୍ରଛାତ୍ରୀଙ୍କୁ ସହଜରେ ଉପଲବ୍ଧ କରାଇବା ପାଇଁ ଏନ୍.ଆଇ.ସି ଦ୍ୱାରା ବିକଶିତ କରାଯାଇଥିବା ଏକ ସ୍ୱତନ୍ତ୍ର ପୋର୍ଟାଲ୍ https://vtputkal.odisha.gov.inରେ ପ୍ରସ୍ତୁତ ଇ-ଲେକ୍ଚରଗୁଡ଼ିକ ସ୍ଥାନିତ କରାଯାଇଛିା ଏହା ଦ୍ୱାରା ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନେ ଉପକୃତ ହେବେ ବୋଲି ଆଶା କରାଯାଉଛିା ଆଜିଠାରୁ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ନିଶୁଲ୍କ  ଏହି ଇ-ଲେକ୍ଚରଗୁଡ଼ିକୁ ପାଇପାରିବୋ

ବର୍ତ୍ତମାନ ପାଇଁ ପ୍ରଥମ ଓ ଦ୍ୱିତୀୟ ସେମିଷ୍ଟାରର ୧୧ଟି ବିଷୟ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ପ୍ରାଣୀବିଜ୍ଞାନ, ଉଦ୍ଭିଦ  ବିଜ୍ଞାନ, ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜୀ, ମନୋବିଜ୍ଞାନ, ବାଣିଜ୍ୟ ଓ ଅର୍ଥନୀତି ବିଷୟର କୋର ପେପରର ଇ-ଲେକ୍ଚର ପ୍ରସ୍ତୁତ କରାଯାଇ ୱେବ  ପୋର୍ଟାଲରେ ଅପ୍ଲୋଡ଼୍ କରାଯାଇଛିା ବାକି ସେମିଷ୍ଟାରର ଏହି ୧୧ଟି ବିଷୟରେ ଇ-ଲେକ୍ଚର ଯଥା ସମୟରେ ଅପ୍ଲୋଡ୍ କରାଯିବା ପରବର୍ତ୍ତୀ ସମୟରେ ଅନ୍ୟ ବିଷୟଗୁଡ଼ିକର ଇ-ଲେକ୍ଚର ପ୍ରସ୍ତୁତ କରାଯିବା 

କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଆଶୋକ କୁମାର ଦାସ, ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲୋ 

Leave A Reply

Your email address will not be published.