ନୂଆଗାଁ/ସୁବ୍ରତ ପରିଡ଼ା: ନୟାଗଡ ଜିଲ୍ଲା ନୂଆଗାଁ ପଞ୍ଚାୟତ ସମିତି ର ଏକାଦଶ ତମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଇନ୍ଦିରା ଆବାସ ଯେପରି ପ୍ରକୃତ ହିତାଧିକାରୀ ପାଇ ପାରିବେ ସେ ଉପରେ ଗୁରୁତ୍ୱାରୋପ କରିଥିଲେ।ଏହି ଅଧିବେଶନରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲଙ୍କ ସମେତ ବିଭାଗୀୟ ଅଧିକାରୀ, ସରପଞ୍ଚ ,ସମିତି ସଭ୍ୟ ମାନେ ଅଂଶଗ୍ରହଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.