ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ପ୍ରତିବାଦରେ ଗଜପତି ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଶୋଭାଯାତ୍ରା ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

0 2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ :  ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ପ୍ରତିବାଦରେ ଗଜପତି ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଶୋଭାଯାତ୍ରା ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ । 

ଅହେତୁକ ଭାବରେ ତୈଳ ବୃଦ୍ଧି ପାଉଥିବାରୁ ଦୈନନ୍ଦିନ ବ୍ୟବହାର୍ଯ୍ୟ ସାମଗ୍ରୀ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି ଫଳରେ ସାଧାରଣ ଖାଉଟି ଅଧିକ ଖର୍ଚ୍ଚାନ୍ତ ହେବା ସହ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେଣୁ ତୈଳ ଦର  ହ୍ରାସ ପାଇଁ ଦାବି ରଖିଛି କଂଗ୍ରେସ । 

ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ମୋଦି ସରକାରଙ୍କ ବିରୁଦ୍ଧରେ ନାରାବାଜି କରିଥିଲେ। କଂଗ୍ରେସ କର୍ମୀ ପରେ ଦେଶର ମହାମହିିିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । 

ଯୁବ କଂଗ୍ରେସ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ  ବ୍ରହ୍ମପୁର ଲୋକସଭା ପ୍ରାର୍ଥି ଭି.ଚନ୍ଦ୍ରଶେଖର ନାଇଡୁଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ହୋଇଥିଲା। 

ଜିଲ୍ଲା ଯୁବ କଂଗ୍ରେସ ସଭାପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନେତୃତ୍ବରେ ଆୟୋଜିତ ଏହି କାର୍ଯ୍ଯକ୍ରମରେ ପାରଳାଖେମୁଣ୍ଡି ନଗର କଂଗ୍ରେସ ସଭାପତି ବସନ୍ତ ପଣ୍ଡା , ରାଜା ପାତ୍ର ,ବିବେକାନ୍ଦ ଶବର ,ପ୍ରବିଣ ଲିମା ,ମୁନ୍ନା ମହାରଣା ,ଅବସେଲମ ରଇତ ,ଦେବାଶିଷ ମଲ୍ଲିକ ,ସୁଶିଳ ମାଝୀ ,ଅବଦୁଲ ଆଜିମ , ସୁମିତ ମିଶାଲ , ମୋହନ କୁମାର ମିଶାଲ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.