ଭୁବନେଶ୍ୱର(ଶାସକ ପ୍ରଶାସକ) : ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାର ମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି ।
କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି । ଏହି ପ୍ୟାକେଜରେ concrete ହୋଇନଥିବା ୧୫,୦୦୦ loom pit କୁ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ । ପ୍ରତି loom pit କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟର ୩୧,୩୪୨ଟି loom pit ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି loom pit କୁ କଂକ୍ରିଟ କରାଯାଇଛି ।
ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ House-cum-Work shed ଯୋଗାଇ ଦିଆଯିବ । ସୂଚନାଯୋଗ୍ୟ ଯେ ଏ ପର୍ଯ୍ୟନ୍ତ 11695ଟି House-cum-Work shed ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି । ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।
ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାର କୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି ।ପଞ୍ଚାୟତ ରାଜ ବିଭାଗ ର guideline ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ।
ଏହି ପ୍ୟାକେଜ ରେ ବୁଣାକାର ମାନେ ଯେପରି ସୁବିଧା ରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି ।
ବୁଣାକାର ମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ବୁଣାକାର ମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା – CFC, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।
Sign in
Sign in
Recover your password.
A password will be e-mailed to you.