ବାରିପଦା ଠାରେ ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ

0

ବାରିପଦା (ଦିଲ୍ଲୀପ ମହାନ୍ତି): ଆଜି ବାରିପଦା ଠାରେ ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ପଚାଂୟତିରାଜ, ପାନୀୟଜଳ , ଆଇନ , ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ଜେନା ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Leave A Reply

Your email address will not be published.