ସୋଆରେ ୭୫ତମ ସ୍ୱାଧୀନତା ଦିବସ ପାଳନ

0 2

ଭୁବନେଶ୍ୱର: ଗତ ଦୁଇ ବର୍ଷ ମଧ୍ୟରେ ସାରା ବିଶ୍ୱରେ ମଣିଷ ସାମାଜିକ, ଆର୍ଥିକ ଓ ମାନସିକ ସ୍ତରରେ ଦୁର୍ବଳ ହୋଇଯାଇଛି । କରୋନା ମହାମାରୀ ମାନବ ଜାତିକୁ ଦୋହଲାଇ ଦେଇଛି । ଭାରତରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି । ତେଣୁ ୭୫ ବର୍ଷରେ ପାଦ ଦେଇଥିବା ସ୍ୱାଧୀନ ଭାରତର ନାଗରିକ ମାନେ ପରିସ୍ଥିତିର ସଠିକ ମୁକାବିଲା କରିବା ନିମନ୍ତେ କୋଭିଡ ନିୟମ ଠିକ୍ ଭାବେ ପାଳନ କରିବା ଜରୁରୀ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୭୫ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମତବ୍ୟକ୍ତ କରିଛନ୍ତି କୁଳପତି ତଥା ବିଶିଷ୍ଟ ସ୍ନାୟୁ ଶଲ୍ୟ ବିଶେଷଜ୍ଞ ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର ।
ସୋଆ ମୁଖ୍ୟ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳନ ଅବସରରେ ପ୍ରଫେସର ମହାପାତ୍ର ପତାକା ଉତୋଳନ କରି ଭାରତର ସ୍ୱାଧୀନତା ସଂଗ୍ରାମ ଉପରେ ଆଲୋକପାତ କରିଥିଲେ ।
କୁଳପତିଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥାଇ ଜାତୀୟ ସଂଗୀତ ଗାନ କରିଥିଲେ । ପ୍ରଫେସର ମହାପାତ୍ର ଭାରତର ଇତିହାସ ସମ୍ପର୍କରେ ବଖାଣିବା ସହ ୭୪ ବର୍ଷ ତଳେ ୨୦୦ ବର୍ଷର ଇଂରାଜୀ ଶାସନ କବଳରୁ ଦେଶ କିଭଳି ମୁକ୍ତ ହୋଇ ୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ପୁର୍ନଜନ୍ମ ନେଲା ସେ ସମ୍ପର୍କରେ କହିଥିଲେ । ତେବେ ସ୍ୱାଧୀନ ଭାରତରେ ଅସାମାଜିକ ତତ୍ୱ ଏବେ ଭି ଭରି ରହିଛନ୍ତି ।
ତେଣୁ ଆମକୁ ମାନସିକ ଓ ଆର୍ଥିକ ସ୍ତରରେ ସ୍ୱାଧୀନ ହେବା ସହ ମାନବିକତାର ମୂଲ୍ୟବୋଧକୁ ପ୍ରାଧାନ୍ୟ ଦେବା ଆବଶ୍ୟକ ବୋଲି ସେ କହିଥିଲେ ।
ଅନ୍ୟମାନଙ୍କଧ୍ୟରେ ସୋଆ ଉପଦେଷ୍ଟାମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ, ସୋଆ ସଭାପତିଙ୍କର ପ୍ରମୁଖ ଉପଦେଷ୍ଟା ପ୍ରଫେସର ଡି.ପି. ରାୟ, ସୋଆ ରେଜିଷ୍ଟ୍ରାର୍ ପ୍ରଫେସର ବିଭୂତି ଭୁଷଣ ପ୍ରଧାନ, ଜଏଂଟ ରେଜିଷ୍ଟ୍ରାର ଶ୍ରୀ ଭୀଷ୍ମ ଚରଣ ଦାସ, ଆଡିସ୍ନାଲ୍ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ, ଚିଫ୍ ଭିଜିଲାନ୍ସ ଅଫିସ ତଥା ନିଦେ୍ର୍ଧଶକ (ରିସୋର୍ସ) ଶ୍ରୀ ଯୁଗଳକିଶୋର ଦାସ ଓ ନିଦେ୍ର୍ଧଶକ, ବିଶ୍ୱବିଦ୍ୟାଳୟ ଆଉଟ୍ରିଚ୍ ପ୍ରୋଗ୍ରାମ୍ ପ୍ରଫେସର ନଚିକେତା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.