ଚଳିତ ଖରିଫ ଧାନ ସଂଗ୍ରହ ନିମନ୍ତେ ଚାଷୀ ନାମ ପଂଜୀକରଣ ସମୟସୀମା ଅଗଷ୍ଟ ୨୩କୁ ବୃଦ୍ଧି

0 2

ଭୁବନେଶ୍ୱର(ଶାସକ ପ୍ରଶାସକ) :ରାଜ୍ୟରେ ଚଳିତ ଖରିଫ ଧାନସଂଗ୍ରହ ନିମନ୍ତେ ଚାଷୀମାନଙ୍କ ନାମ ପଂଜୀକରଣର ସମୟସୀମାକୁ ବୃଦ୍ଧି କରାଯାଇଛିା ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଅଗଷ୍ଟ ୧୬ ତାରିଖ ଶେଷ ତାରିଖ ଥିବାବେଳେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପରାମର୍ଶ କ୍ରମେ ବିଭାଗ ପକ୍ଷରୁ ଏହି ସମୟସୀମାକୁ ଅଗଷ୍ଟ ୨୩ ତାରିଖକୁ ବୃଦ୍ଧି କରାଯାଇଛିା ଆଜି ଏହି ମର୍ମରେ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖାଯାଇଛିା ସଂପୃକ୍ତ ପ୍ୟାକସ୍/ଲ୍ୟାମ୍ପସ୍, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ପାଣି ପଞ୍ଚାୟତ ମାଧ୍ୟମରେ ବର୍ଦ୍ଧିତ ସମୟସୀମା ସଂପର୍କରେ ଚାଷୀମାନଙ୍କୁ ଅବଗତ କରାଇବା ପାଇଁ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳ ଏବଂ ସମବାୟ ସମିତି ସମୂହର ରେଜିଷ୍ଟ୍ରାରଙ୍କୁ ଅନୁରୋଧ କରାଯାଇଛିା
ଯେଉଁ ଚାଷୀମାନେ ଏ ପର୍ଯ୍ୟନ୍ତ ସୋସାଇଟିରେ ସେମାନଙ୍କ ନାମ ପଂଜୀକରଣ କରିପାରି ନାହାନ୍ତି, ସେମାନେ ଏହା ଦ୍ୱାରା ଉପକୃତ ହେବେ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତିା ଚାଷୀମାନେ ନାମ ପଂଜୀକରଣ ନିମନ୍ତେ ଆବଶ୍ୟକୀୟ ଦସ୍ତାବିଜ୍ ସହିତ ନିକଟସ୍ଥ ସୋସାଇଟିକୁ ଯାଇ ନିଜ ନାମ ପଂଜୀକରଣ କରାଇନେବାକୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଅନୁରୋଧ କରିଛନ୍ତିା
ଚାଷୀମାନେ ସୋସାଇଟିରେ ସେମାନଙ୍କର ନାମ ପଂଜୀକରଣ କରିବା ପାଇଁ ଯିବାବେଳେ ସାମାଜିକ ଦୂରତ୍ୱ, ମାସ୍କ ପରିଧାନ ଓ କୋଭିଡ୍ ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ଅନୁପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛିା ଚଳିତ ଖରିଫ ଧାନ ସଂଗ୍ରହ ନିମନ୍ତେ ଗତକାଲି ସୁଦ୍ଧା ୧୦ ଲକ୍ଷ ୧୪ ହଜାର ୭୩୫ ଜଣ ଚାଷୀ ସେମାନଙ୍କ ନାମ ପଂଜୀକରଣ କରିସାରିଛନ୍ତିା ରାଜ୍ୟର ୨,୮୮୧ଟି ସୋସାଇଟି ମାଧ୍ୟମରେ ଏହି ଚାଷୀ ନାମ ପଂଜୀକରଣ କରାଯାଉଛିା ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ନାମ ପଂଜୀକରଣ କରାଯାଇଛିା

Leave A Reply

Your email address will not be published.