ବରଗାଁ ଏବଂ କଳିଙ୍ଗଡୋଳା ବୃହତ୍ ଉଠାଜଳସେଚନ ପ୍ରକଳ୍ପର କାର୍ଯ୍ୟକାରିତା ନେଇ ସମୀକ୍ଷା

0 1
                                                                                   Kalingadola mega lift project

ଭୁବନେଶ୍ୱର (ଶାସକ ପ୍ରଶାସକ) : ରାଜ୍ୟ ଜଳ ସଂପଦ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ଅପରାହ୍ଣରେ ଜଳ ସଂପଦ ବିଭାଗ ସମ୍ମିଳନୀ କକ୍ଷରେ ରାଜ୍ୟରେ ବୃହତ୍ ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକାରିତା ସଂପର୍କିତ ମାସିକ ସମୀକ୍ଷା ବୈଠକରେ ଯୋଗଦେଇ ପୁରୁଣା ମେଗାଲିଫ୍ଟ ପ୍ରକଳ୍ପର ସ୍ଥିତି ଓ ନୂତନ ମେଗା ଲିଫ୍ଟ ନିର୍ମାଣ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି ।

                                                                                        Baragaon Mega lift project

ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଗର୍ଗ ଜଳ ଯୋଗାଣ କରୁଥିବା ନବନିର୍ମିତ ସୁନ୍ଦରଗଡ ଜିଲ୍ଲାର ବରଗାଁ ଏବଂ ଗଂଜାମ ଜିଲ୍ଲାର କଳିଙ୍ଗଡୋଳା ବୃହତ୍ ଉଠାଜଳସେଚନ ପ୍ରକଳ୍ପର କାର୍ଯ୍ୟକାରିତା ନେଇ ସମୀକ୍ଷା କରିଥିଲେ । ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଧିକ ମେଗା ଲିଫ୍ଟ ପ୍ରକଳ୍ପ ନିର୍ମାଣ ପାଇଁ ପଦକ୍ଷେପ ନେବାକୁ ପ୍ରମୁଖ ଶାସନ ସଚିବ ବିଭାଗୀୟ ଯନ୍ତ୍ରୀଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଆସନ୍ତା ରବି ଋତୁରେ ମେଗା ଲିଫ୍ଟ ଜରିଆରେ ୨୦ ହଜାର ହେକ୍ଟର ଜମିକୁ ଅତିରିକ୍ତ ଜଳସେଚନ ସୁବିଧା ଲକ୍ଷ୍ୟ ରଖାଯାଇଛି । କେନ୍ଦୁଝର ଜିଲ୍ଲାରେ ୧୪ଟି ବୃହତ୍ ଉଠାଜଳସେଚନ ପ୍ରକଳ୍ପ ଓମବାଡିସି ପାଣ୍ଠିରୁ ନିର୍ମାଣ ପାଇଁ ପ୍ରସ୍ତାବ ରହିଥିବା ବେଳେ ଆବଶ୍ୟକ ବୈଷୟିକ ଅନୁମୋଦନ ପରେ ସେସବୁକୁ ନିର୍ମାଣ କରାଯିବ ବୋଲି ବୈଠକରୁ ଜଣାଯାଇଛି । ବୈଠକରେ ସର୍ବୋଚ୍ଚ ଯନ୍ତ୍ରୀ( ଯୋଜନା ଓ ନକ୍ସାଙ୍କନ) ଇଂ. ବିଜୟ କୁମାର ମିଶ୍ର, ମୁଖ୍ୟ ଯନ୍ତ୍ରୀ(ମେଗା ଲିଫ୍ଟ) ଇଂ ଚିନ୍ମୟ ରାଉତ, ବିଭାଗୀୟ ଅନ୍ୟ ବରିଷ୍ଠ ପଦାଧିକାରୀ ଓ ଯନ୍ତ୍ରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.