ଗଭୀର ସେଚକୂପ ଏବଂ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ଜଳ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ

0 2

ଭୁବନେଶ୍ୱର(ଶାସକ ପ୍ରଶାସକ) : ଜଳ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ରାଜ୍ୟରେ ଗଭୀର ସେଚକୂପ ଏବଂ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଆଭାସୀ(ଭର୍ଚୁଆଲ) ବ୍ୟବସ୍ଥାରେ ଏହି ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ରାଜ୍ୟରେ ୨୦୨୦-୨୧ ଆର୍ଥିକ ବର୍ଷରେ ବିଜୁ କୃଷକ ବିକାଶ ଯୋଜନାରେ ଅଦ୍ୟାବଧି ୮୫୦୦୦ରୁ ଅଧିକ ଗଭୀର ସେଚକୂପ ଖୋଳାଯାଇଥିବା ବେଳେ ଆଉ ଅଧିକ ୧୮୦୦୦ ସେଚକୂପ ଖୋଳାଯିବ ବୋଲି ବୈଠକରୁ ଜଣାଯାଇଛି । ସେହିପରି ଏ ବର୍ଷ ୧୫୪୪ଟି ଗୋଷ୍ଠୀ ଉଠା ଜଳସେଚନ ପ୍ରକଳ୍ପ ସ୍ଥାପନ କରାଯିବ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ ନିର୍ମାଣ ଶେଷ କରିବାକୁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଗର୍ଗ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ବୈଠକରେ ଓଡିଶା ରାଜ୍ୟ ଉଠା ଜଳସେଚନ ନିଗମର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକ, ଜଳ ସଂପଦ ବିଭାଗର ଅର୍ଥ ପରାମର୍ଶଦାତା ତଥା ସ୍ୱତନ୍ତ୍ର ଶାସନ ସଚିବ, ଅତିରିକ୍ତ ଶାସନ ସଚିବ, ଅର୍ଥ ପରାମର୍ଶଦାତା ତଥା ଅତିରିକ୍ତ ଶାସନ ସଚିବ, କାର୍ଯ୍ୟ ନିର୍ବାହୀ ନିଦେ୍ର୍ଧଶକ(ଓଏଲଆଇସି), ବିଭାଗୀୟ ଅନ୍ୟ ପଦାଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

 

Leave A Reply

Your email address will not be published.