ନୂଆଗାଁ/(ସୁବ୍ରତ ପରିଡ଼ା) : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବେରୁଆଁ ବାରୀ ପଞ୍ଚାୟତ ରେ ଥିବା ତୋଡି ଗାଡିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବେରୁଆଁ ବାରି ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ନାୟକ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ସଭା ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ବ୍ଲକ୍ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ,ସି ଆର୍ ସି ସି ସରୋଜ ଆଚାରି, କିଶୋର ମୂଳି,ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସେଠୀ,ଅବସର ପ୍ରାପ୍ତ ଶିକ୍ଷକ ପ୍ରଫୁଲ୍ଲ କୁମାର ଖିଲାର,କେନ୍ଦୁ ବଣିଆ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ସାହୁ,ବିଦ୍ୟାଳୟ ଶିକ୍ଷା କମିଟି ସଭାପତି ସନ୍ତୋଷ କୁମାର ପ୍ରଧାନ,ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ କବିରାଜ ଦୁଆରୀ,ଗ୍ରାମ ର ବୟଜ୍ୟେଷ୍ଠ ବ୍ୟକ୍ତି ପବିତ୍ର କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ଅବସର ଗ୍ରହଣ କରିଥିବା ପାଚିକା ଉଲ୍ଲୀ ପ୍ରଧାନ ଙ୍କୁ ସମ୍ବର୍ଦ୍ଧିତ କରିବା ସହ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ଠାରୁ ଆରମ୍ଭ କରି ପରିଷ୍କାର ପରିଚ୍ଛନ୍ନ ତା ଏବଂ ବିଦ୍ୟାଳୟ ପ୍ରତି ତାଙ୍କର ତ୍ୟାଗ ବିଷୟରେ ବର୍ଣ୍ଣନା କରିଥିଲେ।ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ମାନେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.