ନୂଆଗାଁ/ ସୁବ୍ରତ ପରିଡା : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ସଭାଗୃହ ରେ ବିଡ଼ିଓ ପ୍ରମୋଦ କୁମାର ନାୟକ ଙ୍କ ତତ୍ତ୍ଵାବଧାନରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ୨୭୮ ଜଣ ଙ୍କୁ ଭତ୍ତା ବଣ୍ଟନ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ କଲ୍ୟାଣକାରୀ ଯୋଜନା ଏବଂ ବିଜୁ ସ୍ବାସ୍ଥ୍ୟ କାର୍ଡ ର ଉପାଦେୟତା ବର୍ଣ୍ଣନା କରିଥିଲେ।ତତ୍ ସହିତ ହରିପୁର ପଞ୍ଚାୟତ ଭାଟ ସାହି ଗ୍ରାମ ର ଫକିର ନାଏକ ଙ୍କୁ ତିନିଚକିଆ ସାଇକେଲ ପ୍ରଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍ ପ୍ରମୁଖ ଯୋଗ ଦେଇଥିଲେ।ଏହି କାର୍ଯ୍ୟକ୍ରମ ରେ ବାର୍ଦ୍ଧକ୍ୟ ୧୭୦ ,ବିଧବା ୮୧ , ଦିବ୍ୟାଙ୍ଗ ୨୫ ,ଅବିବାହିତ ଜଣେ ଏବଂ ଛାଡ଼ପତ୍ର ପାଇଥିବା ଜଣେ ମହିଳାଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା। ସାମାଜିକ ସୁରକ୍ଷା ଅଧିକାରୀ ରଘୁନାଥ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ନଗେନ କୁମାର ମହନ୍ତ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.