ଭୁବନେଶ୍ୱର(ଶାସକ ପ୍ରଶାସକ) : ରାଜ୍ୟ ସରକାରଙ୍କ ଦ୍ୱାରା ଓଡ଼ିଶା ବୈଦ୍ୟୁତିକ ଯାନ ନୀତି ୨୦୨୧ ଘୋଷିତ ହୋଇଛି ଏବଂ ଏହି ନୀତି ଅନୁଯାୟୀ ବିଭିନ୍ନ ବର୍ଗର ବୈଦ୍ୟୁତିକ ଯାନ କ୍ରୟ ନିମନ୍ତେ ସରକାର ବିଭିନ୍ନ ପ୍ରକାର ପ୍ରୋତ୍ସାହନ ୪ ବର୍ଷ ପର୍ଯ୍ୟନ୍ତ ଯୋଗାଇଦେବାକୁ ବ୍ୟବସ୍ଥା କରୁଛନ୍ତି ବୋଲି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ କୁହାଯାଇଛିା ଏହିସବୁ ପ୍ରୋତ୍ସାହନ ଯୋଗାଇଦେବା ପାଇଁ ସରକାର ଖୁବ୍ ଶୀଘ୍ର ଏକ “ବୈଦ୍ୟୁତିକ ଯାନ ପାଣ୍ଠି ‘ ପ୍ରତିଷ୍ଠା କରିବାକୁ ଯାଉଛନ୍ତିା
ଦୁଇଚକିଆ ବୈଦ୍ୟୁତିକ ଯାନ କ୍ରୟ ପାଇଁ ଗାଡ଼ି ମୂଲ୍ୟର ୧୫ ପ୍ରତିଶତ ଏବଂ ସର୍ବୋଚ୍ଚ ୫୦୦୦ ଟଙ୍କା, ତିନିଚକିଆ ପାଇଁ ଗାଡ଼ି ମୂଲ୍ୟର ୧୫ ପ୍ରତିଶତ ଏବଂ ସର୍ବୋଚ୍ଚ ୧୦ ହଜାର ଟଙ୍କା ତଥା ଚାରିଚକିଆ ଯାନ ପାଇଁ ଗାଡ଼ି ମୂଲ୍ୟର ୧୫ ପ୍ରତିଶତ ଓ ସର୍ବୋଚ୍ଚ ୫୦ ହଜାର ଟଙ୍କାର ପ୍ରୋତ୍ସାହନ ପ୍ରଦାନ କରାଯିବା ବସ୍ କ୍ରୟ ନିମନ୍ତେ ଗାଡ଼ି ମୂଲ୍ୟର ୧୦ ପ୍ରତିଶତ ଏବଂ ସର୍ବୋଚ୍ଚ ୪ ଲକ୍ଷ ଟଙ୍କା ପ୍ରୋତ୍ସାହନ ଯୋଗାଇଦେବାକୁ ଥିବାବେଳେ ମାଲବାହୀ ଯାନ ପାଇଁ ୩୦ ହଜାର ଟଙ୍କାର ପ୍ରୋତ୍ସାହନ ଦିଆଯିବା
ଯଦି କେହି ନିଜସ୍ୱ ବ୍ୟବହାର ପାଇଁ ବୈଦ୍ୟୁତିକ ଗାଡ଼ି କିଣିବାକୁ ଋଣ କରିବେ ତେବେ ଋଣ ଉପରେ ୫ ପ୍ରତିଶତ ସୁଧ ଛାଡ଼ କରାଯିବା ନିର୍ଦ୍ଧାରିତ ସମୟ ମଧ୍ୟରେ ସବୁବର୍ଗର ବୈଦ୍ୟୁତିକ ଯାନର ପଂଜୀକରଣ ଓ ମୋଟର ଯାନ ଟିକସ ଦେୟ ମଧ୍ୟ ଛାଡ଼ କରାଯିବାର ବ୍ୟବସ୍ଥା କରାଯାଉଛିା
ବୈଦ୍ୟୁତିକ ଯାନ ନିର୍ମାଣ କରୁଥିବା ସଂସ୍ଥାଗୁଡ଼ିକୁ ଶତପ୍ରତିଶତ ନିଟ୍ ଏସଜିଏସଟି ଛାଡ଼ କରାଯିବ ଏବଂ ଅଣୁ, ମଧ୍ୟମ ଓ କ୍ଷୁଦ୍ର ନୀତି-୨୦୧୬ ଅନୁସାରେ ସମସ୍ତ କ୍ଷୁଦ୍ର ଓ ଅଣୁ ବ୍ୟାଟେରୀ ଉଦ୍ୟୋଗମାନଙ୍କୁ ପ୍ରୋତ୍ସାହନ ମିଳିବା ଏହି ଉଦ୍ୟୋଗୀମାନଙ୍କ ନିମନ୍ତେ ବ୍ୟାଟେରୀ ଉତ୍ପାଦନ ପାଇଁ ଷ୍ଟାର୍ଟଅପ୍ ପଲିସି ଅନୁଯାୟୀ ସମସ୍ତ ସୁବିଧା ଉପଲବ୍ଧ ହେବା ସେହିପରି ବିଭିନ୍ନ ସହରଗୁଡ଼ିକରେ ବୈଦ୍ୟୁତିକ ଯାନଗୁଡ଼ିକ ପାଇଁ ରହିଥିବା ପାର୍କିଂ ଫିସର ରିହାତି ମିଳିବା ବ୍ୟାଟେରୀ ଚାର୍ଜିଂ ଷ୍ଟେସନଗୁଡିକୁ ବିଦ୍ୟୁତ ଶୁଳ୍କ ନିମନ୍ତେ ମଧ୍ୟ ରିହାତି ଦିଆଯିବାର ବନ୍ଦୋବସ୍ତ ରହିଛିା
Sign in
Sign in
Recover your password.
A password will be e-mailed to you.