ଭୁବନେଶ୍ୱର : ସମାଜର ପୂର୍ବତନ ସଂପାଦିକା ତଥା ବିଶିଷ୍ଟ ସାହିତ୍ୟିକ ଓ ଶିକ୍ଷାବିତ୍ ମନୋରମା ମହାପାତ୍ରଙ୍କ ଆଜି ବିୟୋଗ ହୋଇଯାଇଛି | ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଜଣେ ଶିକ୍ଷାବିତ୍, ସାହିତ୍ୟିକ ତଥା ସୁବକ୍ତା ଭାବରେ ସ୍ବର୍ଗତ ମହାପାତ୍ର ଓଡିଆ ସାରସ୍ବତ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରାଯାଇଛନ୍ତି। ବିଭିନ୍ନ ସାମାଜିକ ସମସ୍ୟା, ବିଶେଷକରି ନାରୀ ମାନଙ୍କ ଅଧିକାର ଓ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସମାଜର ସଂପାଦିକା ଭାବରେ ସେ ସାମ୍ବାଦିକତା କ୍ଷେତ୍ରରେ ଉଚ୍ଚ ଆଦର୍ଶ ବଜାୟ ରଖିଥିଲେ। ଲୋକସେବକ ମଣ୍ଡଳର ସଦସ୍ୟ ଭାବରେ ସମାଜ ସେବା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ତାଙ୍କର ବିୟୋଗରେ ଓଡିଶା ଜଣେ ବାଗ୍ମୀ ତଥା ମହିୟସୀ ମହିଳାଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି।
Sign in
Sign in
Recover your password.
A password will be e-mailed to you.