ପୁନଃ ସୁଦର୍ଶନ

0

ଭୁବନେଶ୍ୱର,(ଶାସକ ପ୍ରଶାସକ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବିଶ୍ୱବିଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ବିଜେତା ସୁଦର୍ଶନ ପଟ୍ଟନାୟକଙ୍କୁ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ପୁନଃମନୋନୀତ କରାଯାଇଛିା ବାଲୁକା ଶିଳ୍ପୀ ଶ୍ରୀ ପଟ୍ଟନାୟକ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ୨୦୧୮ ମସିହାରୁ କାର୍ଯ୍ୟନିର୍ବାହ କରିଆସୁଥିଲୋ ତାଙ୍କର କାର୍ଯ୍ୟକାଳ ସରୁଥିବାରୁ ଆଗାମୀ ୩ ବର୍ଷ ପାଇଁ ତାଙ୍କୁ ଲଳିତ କଳା ଏକାଡେମୀର ସଭାପତି ରୂପେ କାର୍ଯ୍ୟନିର୍ବାହ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତୀ ପ୍ରକାଶ ପାଇଛିା

Leave A Reply

Your email address will not be published.