ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୩ ତମ ଶିଶୁକୁ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ପୋଷ୍ୟ ସନ୍ତାନ ଭାବେ ସୂଦୁର ପଶ୍ଚିମବଙ୍ଗ ରାଜ୍ୟର ଗୋଟିଏ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି।
ଏହି ଲକ୍ ଡାଉନ୍ ଏବଂ ସଟ୍ ଡାଉନ୍ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ”ନିସାନ ସାଲୋମ” , ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର ଆଡପସନ (Adoption) ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ କରାଯାଇଥିଲା।
ପରବର୍ତ୍ତୀ ମୁହୁର୍ତ୍ତରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି , ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହାଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ , ତାହା ସମସ୍ତଙ୍କୁ ପୋର୍ଟାଲ ମାଧ୍ୟମରେ ଜଣାଇ ଦିଆଯାଇଥିଲା।
ପରବର୍ତ୍ତୀ ମୁହୂର୍ତ୍ତରେ ତିନି ବର୍ଷ ଧରି ସନ୍ତାନ ପାଇଁ ଅନ୍ ଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ।
ଉପରୋକ୍ତ ଦମ୍ପତ୍ତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ,ଗଜପତି ପ୍ରସ୍ତୁତ କରିଥିଲେ।
ପରବର୍ତ୍ତୀ ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ମଙ୍ଗଳବାର ଦିନ ଶିଶୁଟିକୁ ପଶ୍ଚିମବଙ୍ଗର ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା। ଏହି ଶିଶୁଟି କନ୍ୟାରତ୍ନ ହୋଇଥିଲା ବେଳେ ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।
ଏହି ହସ୍ତାନ୍ତର ସମୟରେ ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ର , ଉପଦେଷ୍ଟା , ମିଶନ ଶକ୍ତି , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ , ଶିଶୁ ମଙ୍ଗଳ ସମିତିର ସଭ୍ୟା ଶ୍ରୀମତି ଅଳକା ସାହୁ , ଗୁରାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟସେବା ଯୋଗାଉଥିବା ଡାକ୍ତର ଶ୍ରୀଯୁକ୍ତ ମିଲନ୍ କୁମାର ଅଧିକାରୀ , ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.