ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତିର ଅମୃତ ମହୋତ୍ସବ ଉପଲକ୍ଷେ ଦୀପାବଳି ଉତ୍ସବ ପାଳନ

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ବୁୁଧବାର ଦିନ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତିର ଅମୃତ ମହୋତ୍ସବ ଉପଲକ୍ଷେ ଦୀପାବଳି ଉତ୍ସବ ପାଳନ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରାଷ୍ଟ୍ରୀୟ ସେବିକା ସମିତିର ବିଭାଗ କାର୍ଯ୍ୟବାହିକା ଅର୍ଥାତ୍ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶ୍ରୀମତୀ ଆଶାଲତା ପାଣିଗ୍ରାହୀ ଏବଂ ବିଦ୍ୟାଳୟର ସହପ୍ରଧାନ ଆଚାର୍ଯ୍ୟ ଶ୍ରୀ ସନ୍ତୋଷ କୁମାର ପାଢୀ ଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ।

କାର୍ଯ୍ୟକ୍ରମରେ ଶିଶୁ ଭାଇଭଉଣୀ ମାଟିଦୀପ ପ୍ରଜ୍ଵଳନ କରିଥିଲେ। ଭଉଣୀ ମାନଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଶେଷରେ ଶିଶୁ ଭାଇଭଉଣୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡା ପରିଚାଳନା କରିଥିଲେ। ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପାଦିତ ହୋଇଥିଲା।

Leave A Reply

Your email address will not be published.