ନୂଆଗାଁ/ସୁବ୍ରତ ପରିଡ଼ା: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ସଦ୍ଭାବନା ଗୃହ ପରିସରରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ରେ ନୟାଗଡ ଜିଲ୍ଲାପାଳ ଡ଼. ପୋମା ଟୁଡୁ,ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଦଶପଲ୍ଲା ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ,ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ,ନୂଆଗାଁ ବ୍ଲକ୍ ବିଡ଼ିଓ ପ୍ରମୋଦ କୁମାର ନାୟକ,ଦଶପଲ୍ଲା ବ୍ଲକ୍ ବିଡ଼ିଓ ବିଶ୍ବରଂଜନ ବିଶ୍ୱାସ,ଗଣିଆ ବ୍ଲକ୍ ବିଡ଼ିଓ ଶୁଭ୍ର ଶିରିଏଲ୍ ପଟେଲ୍,ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ବ୍ଲକ୍ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ବୈଠକ ରେ ଶିକ୍ଷା,ସ୍ବାସ୍ଥ୍ୟ , କୃଷି,ପାନୀୟ ଜଳ,ଗମନା ଗମନ,ଆଦି ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ୩୦ କୋଟି ଟଙ୍କା ସଫଳତାର ସହ କାର୍ଯ୍ୟକ୍ଷମ ପାଇଁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଗୁରୁତ୍ୱାରୋପ କରିଥିଲେ।ତତ୍ ସହିତ ମୁଖ୍ୟମନ୍ତ୍ରୀ ଙ୍କ ବିଭିନ୍ନ ଜନ କଲ୍ୟାଣ କାରୀ କାର୍ଯ୍ୟକ୍ରମ ଗୁଡ଼ିକ ର ଉପକାରିତା ଲୋକମାନେ ପାଇପାରିବେ ସେ ଉପରେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଚେଷ୍ଟିତ ହେବା ଆବଶ୍ୟକ ବୋଲି ଦଶପଲ୍ଲା ବିଧାୟକ ଗୁରୁତ୍ୱାରୋପ କରିଥିଲେ।ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସଫଳ କାର୍ଯ୍ୟକାରିତା ପାଇଁ ନୟାଗଡ ଜିଲ୍ଲାପାଳ ଡ଼. ପୋମା ଟୁଡୁ ଉପସ୍ଥିତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
Sign in
Sign in
Recover your password.
A password will be e-mailed to you.