ଜିଲ୍ଲାରେ 5ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

0 2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : 5ଟି ରୂପାନ୍ତରିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାରେ ସୋମବାର ଦିନ ୫ ଗୋଟି ହାଇସ୍କୁଲ ପ୍ରଥମ ପର୍ଯ୍ୟାୟରେ ଲୋକାର୍ପିତ ହୋଇଛି। ଭିଡିଓ କନଫରେନସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ସ୍କୁଲ ଗୁଡିକୁ ଲୋକାର୍ପିତ କରିଛନ୍ତି।
ଏହି ପରିପ୍ରେକ୍ଷୀରେ ଆଜି ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ୍ ସରକାରୀ ହାଇସ୍କୁଲ ପରିସରରେ ଏଥି ନିମନ୍ତେ ଏକ ସ୍ୱତନ୍ତ୍ର ସଭା ଅନୁଷ୍ଠିତ ହୋଇଥିଲା। ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନୁସୂଚୀତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକା ଯୋଗ ଦେଇଥିଲେ।
ପ୍ରଥମ ପର୍ଯ୍ୟାୟରେ 5ଟି ହାଇସ୍କୁଲ ମଧ୍ୟରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ୩ଟି ହାଇସ୍କୁଲ ଯଥା :- ପାରଳାଖେମୁଣ୍ଡିର ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ , ଗୁରାଣ୍ଡି ସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ଉଚ୍ଚ ବିଦ୍ୟାଳୟ ଓ ଗୁମ୍ମା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଥିବା ବେଳେ ମୋହନା ନିର୍ବାଚନ ମଣ୍ଡଳୀରେ ୨ଟି ହାଇସ୍କୁଲ ଯଥା :- ସରକାରୀ ଉଚ୍ଚ ବିଦ୍ୟାଳୟ , ଶିକୁଳିପଦର ଏବଂ ସରକାରୀ ଉଚ୍ଚ ବିଦ୍ୟାଳୟ , ଛେଳିଗଡ଼ ପ୍ରମୁଖ ରହିଛି।
ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଜିଲ୍ଲାର ୬୦ଟି ହାଇସ୍କୁଲକୁ ଏହି ରୂପାନ୍ତରିତ ହାଇସ୍କୁଲ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇଛି। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ପ୍ରକଳ୍ପ ନିର୍ଦ୍ଦେଶକ , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଶ୍ରୀ ଅନାମ ଚରଣ ପାତ୍ର , ପ୍ରକଳ୍ପ ପ୍ରଶାସନ , ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଶ୍ରୀ ସରୋଜ କୁମାର ବେହେରା , ବ୍ଲକ ଅଧ୍ୟକ୍ଷ ଶ୍ରୀମତୀ
ଗୀତାଞ୍ଜଳି ଭୂୟାଁ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଅନୁପ ଅଭିଷେକ ବେହେରା , ତହସିଲଦାର ଗୁମ୍ମା ଶ୍ରୀଯୁକ୍ତ ଭାସ୍କର ଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.