ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି, ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା , ମିଶନ ଶକ୍ତି ଏସ୍ ଏଚ୍ ଜି (SHG) ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା ଯୋଗ ଦେଇ ପ୍ରଦୀପ ପ୍ରଜ୍ଵଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ. ପ୍ରଦୀପ କୁମାର ପାତ୍ର , ଜିଲ୍ଲା ପ୍ରକଳ୍ପ ପରିଚାଳକ , ଜାତୀୟ ସ୍ୱାସ୍ଥ୍ୟ ମିଶନ , ସୌମ୍ୟାରାଣୀ ଗୌଡ , ଜିଲ୍ଲା ପ୍ରକଳ୍ପ ସଂଯୋଜକ , ମିଶନ ଶକ୍ତି ଶ୍ରୀଯୁକ୍ତ ରଶ୍ମିରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।
ମୁଖ୍ୟ ଅତିଥି ଏହି ଶିବିରରେ ଯୋଗ ଦେଇଥିବା ମିଶନ ଶକ୍ତି ବ୍ଲକ ସ୍ତରୀୟ ମହାସଂଘର ସଦସ୍ୟ ମାନଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଉପକାରୀତା ଓ ସ୍ମାର୍ଟ କାର୍ଡର ବ୍ୟବହାର ଉପରେ ଆଲୋକପାତ କରିଥିଲେ ଏବଂ ଏହାର କାର୍ଯ୍ୟକାରିତା କିଭଳି ପ୍ରତ୍ୟେକ ଜନସାଧାରଣଙ୍କ ନିକଟରେ ପହଞ୍ଚି ପାରିବ ସେ ବିଷୟରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ BSKY ର ଜିଲ୍ଲା ସଂଯୋଜକ ସ୍ମାର୍ଟ କାର୍ଡ ଉପରେ ତାଲିମ ଦେଇଥିଲେ।
ଏହି ସଚେତନତା କାର୍ଯ୍ୟକ୍ରମ ଜିଲ୍ଲାର ସମସ୍ତ ବ୍ଲକ , ସମସ୍ତ ପଞ୍ଚାୟତ ଓ ୧୬୧୮ ଗ୍ରାମରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ମାନଙ୍କ ମାଧ୍ୟମରେ ଅନୁଷ୍ଠିତ ହେବ।
ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ କର୍ମକର୍ତ୍ତା ଯୋଗ ଦେଇଥିଲେ। ଶ୍ରୀ ରଶ୍ମିରଞ୍ଜନ ସେଠୀ , ଜିଲ୍ଲା ପ୍ରକଳ୍ପ ସଂଯୋଜକ ,ମିଶନ ଶକ୍ତି ଏହି ତାଲିମ ଶିବିରକୁ ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.