ପୁରୀ/ଅନିମେଶ ପଟ୍ଟନାୟକ: ବାତ୍ୟା ଜୱାଦ ପୁରୀରେ କରିପାରେ ଲ୍ୟାଣ୍ଡ ଫଲ । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଆକଳନ ଅନୁସାରେ ୪ ତାରିଖ ସନ୍ଧ୍ୟାରୁ ୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡ ଫଲ କରିପାରେ। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ ଜେନା ସୂଚନା ଦେଇଛନ୍ତି।
ଲ୍ୟାଣ୍ଡ ଫଲ ପ୍ରକ୍ରିୟାର କିଛି ସମୟ ପରେ ପୁଣି ସମୁଦ୍ର ଭିତରକୁ ଚାଲିଯାଇପାରେ ଜୱାଦ । ଯଦି ଦିଗ ବଦଳାଏ ତେବେ ହୁଏତ ସ୍ଥଳଭାଗ ଛୁଇଁ ନପାରେ। ସ୍ଥଳଭାଗ ନଛୁଇଁ ଓଡ଼ିଶା ଉପକୂଳ ଦେଇ ଚାଲି ଯାଇପାରେ ବାତ୍ୟା। ସ୍ଥଳଭାଗ ନିକଟ ହେଲେ ସର୍ବାଧିକ ୯୦ରୁ ୧୦୦ କି.ମି. ବେଗରେ ପବନ ବହିପାରେ ବୋଲି ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା ।
ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ପୁରୀ ପ୍ରଶାସନ ପ୍ରସ୍ତୁତ ରହିଛି । ପୁରୀ ପ୍ରଶାସନ ତରଫରୁ ୦୬୭୫୨-୨୨୩୨୩୭ ନମ୍ବରକୁ ଜରୁରୀକାଳୀନ ନମ୍ବର ଭାବେ ଜାରି କରାଯାଇଛି । ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍ କରିଛି ପ୍ରଶାସନ। ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରଖାଯାଇଛି। ନିରବିଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଟିମ୍ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି।
Sign in
Sign in
Recover your password.
A password will be e-mailed to you.