ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ , କଟକ ଓ ମାନ୍ୟବର ଜିଲ୍ଲା ଦୌରାଜଜ୍- ତଥା- ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ସତ୍ୟପ୍ରିର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ଏକ ଅନଲାଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି।
ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଶ୍ରୀ ହେମନ୍ତ କୁମାର ସେଠୀ , ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ , ଶ୍ରୀ ମାନସ କୁମାର ପଣ୍ଡା , ସବ୍ ଜଜ୍ ଶ୍ରୀ ଚନ୍ଦ୍ରାହାସ ବେହେରା ଓ ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା ଯୋଗ ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ପଣ୍ଡା ଯୋଗଦେଇ ଭିନ୍ନକ୍ଷମ ମାନଙ୍କ ସୁରକ୍ଷା ଓ ଅଧିକାର ପାଇଁ ରହିଥିବା ଆଇନ ବିଷୟରେ ସଚେତନତା କରାଇଥିଲେ ଏବଂ ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା ଉପସ୍ଥିତ ରହି ଏହି ଦିବସର ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ଓ ତାତ୍ପଜ୍ୟ ଉପରେ ସଚେତନତା କରାଇଥିଲେ।
ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଭିନ୍ନକ୍ଷମ ପାଇଁ ରହିଥିବା ସମସ୍ତ ସୁବିଧା ଓ ସୁଯୋଗ ବିଷୟରେ ସଚେତନତା କରାଇଥିଲେ ଏବଂ ପରିଶେଷରେ ଭିନ୍ନକ୍ଷମ ପାଇଁ ପ୍ରାଧିକରଣ ଦ୍ଵାରା ଉପଲବ୍ଧ ହେଉଥିବା ମାଗଣା ଆଇନ ସେବା ବିଷୟରେ ଲୋକମାନଙ୍କୁ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ଆଇନଜୀବୀ ବୃନ୍ଦ, ପାରା ଲିଗାଲ ଭଲ୍ୟୁଣ୍ଟର ଇତ୍ୟାଦି ଯୋଗ ଦେଇଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମକୁ ପ୍ରାଧିକରଣର କର୍ମଚାରୀ ମାନେ ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.