ଓସେପା ତରଫରୁ ରାଜ୍ୟସ୍ତରୀୟ କଳା ଉତ୍ସବ

0 1

ଜାତୀୟସ୍ତରୀୟ ଉତ୍ସବରେ ଯୋଗଦେବେ ମନୋନୀତ ୧୮ ଜଣ ଛାତ୍ରଛାତ୍ରୀ

ଭୁବନେଶ୍ୱର :ଓସେପା ଆନୁକୁଲ୍ୟରେ ଚଳିତ ମାସ ଡିସେମ୍ବର ୭ ଓ ୮ ତାରିଖରେ ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୧ ଅନୁଷ୍ଠିତ ହୋଇଯାଇଛିା କରୋନା କଟକଣା ହେତୁ ଏହି କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲୋ ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ସତ୍ୟବ୍ରତ ସାହୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି ପିଲାମାନଙ୍କୁ ତଥା ଶିକ୍ଷକ ଓ ଅଭିଭାବକମାନଙ୍କୁ ପାଠପଢା ସହିତ ପିଲାର ସାମଗ୍ରିକ ଦକ୍ଷତା ବିକାଶ ପ୍ରତି ବିଶେଷ ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲୋ ଗତବର୍ଷର ଜାତୀୟସ୍ତର ବିଜେତା ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ତରଫରୁ ପୁରସ୍କୃତ କରାଯାଇଥିଲାା ଏହି ଉତ୍ସବରେ ଓସେପାର ନିର୍ଦ୍ଦେଶକ ଶ୍ରୀଯୁକ୍ତ ପ୍ରେମଚନ୍ଦ୍ର ଚୌଧୁରୀ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କର କଳା ଓ ସଂସ୍କୃତି ପାଇଁ ଆଗ୍ରହ ତଥା ସାମଗ୍ରିକ ବିକାଶର ଉନ୍ନତି ଉପରେ ଗୁରୁତ୍ୱାରୋପ କରିଥିଲେ କଳା ଓ ସଂସ୍କୃତି ମାଧ୍ୟମରେ ଓଡିଶାର ପାରମ୍ପରିକ କଳାକୁ ଦେଶ ତଥା ବିଶ୍ୱସମୂହରେ ପହଞ୍ଚାଇବା ପାଇଁ ପିଲାମାନଙ୍କ ପ୍ରଚେଷ୍ଟାକୁ ଉତ୍ସାହିତ କରିଥିଲୋ ଏହି କାର୍ଯ୍ୟକ୍ରମର ଉଦ୍ଘାଟନ ଦିବସ ଅବସରରେ ବଲାଙ୍ଗୀର ସ୍ଥିତ ପଥରଚେପା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ରୂପାନ୍ତରିତ ବିଦ୍ୟାଳୟ ସଂଗୀତ “ହସିବରେ ହସିବ’ ଗୀତ ଗାଇ ଶୁଭାରମ୍ଭ କରିଥିଲୋ ବିଦ୍ୟାର୍ଥୀମାନଙ୍କ ପ୍ରତିଯୋଗିତା ମୂଲ୍ୟାୟନ ଏକ ସ୍ୱତନ୍ତ୍ର ବିଚାରକ ମଣ୍ଡଳୀ ଦ୍ୱାରା କରାଯାଇଥିଲାା ଏହି ପ୍ରତିଯୋଗିତାଗୁଡିକୁ ୦୯ ଭାଗରେ ବିଭକ୍ତ କରାଯାଇ ପରିବେଷଣ କରଯାଇଥିଲାା ସେଗୁଡିକ ମଧ୍ୟରୁ ଭୋକାଲ ଶାସ୍ତ୍ରୀୟ ସଂଗୀତ, ଶାସ୍ତ୍ରୀୟ ନୃତ୍ୟ, ଲୋକ ନୃତ୍ୟ, ବାଦ୍ୟଯନ୍ତ୍ର ଶାସ୍ତ୍ରୀୟ, ବାଦ୍ୟଯନ୍ତ୍ର ଲୋକ ଏବଂ ସ୍ୱଦେଶୀ ଖେଳ ଇତ୍ୟାଦି ଅନ୍ୟତମା ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୯୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲୋ ରାଜ୍ୟସ୍ତରୀୟ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଶ୍ରେଷ୍ଠ ୧୮ ଜଣ ପ୍ରତିଯୋଗୀଙ୍କୁ ଜାତୀୟସ୍ତରୀୟ କଳା ଉତ୍ସବରେ ଭାଗ ନେବାକୁ ସୁଯୋଗ ମିଳିବା କାର୍ଯ୍ୟକ୍ରମକୁ ଓସେପାର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ପ୍ରଦୀପ କୁମାର ନାୟକ ଓ ଉପ ନିର୍ଦ୍ଦେଶିକା ଶ୍ରୀମତୀ କଳ୍ପନା ହାଁସଦା ପରିଚାଳନା କରିଥିଲୋ

 

Leave A Reply

Your email address will not be published.