ଭୁବନେଶ୍ବର – ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା ଦୂବାଇରେ ଫସିଥିବା ମୃତ ଓଡିଆ ଯୁବକ ନାରାୟଣ ରାଉତଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ରାପଡା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକିବାଙ୍କ ଗ୍ରାମର ପୂର୍ଣ୍ଣଚନ୍ଦ୍ର ରାଉତଙ୍କ ବଡ ପୁଅ ନାରାୟଣ ରାଉତ ୨ ବର୍ଷ ହେବ ଦୁବାଇର ଆବୁ ଧାବି ଠାରେ ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ଗତ ୧୨ ତାରିଖରେ କୌଣସି କାରଣରୁ ତାଙ୍କର ସେଠାରେ ମୃତ୍ୟୁ ହୋଇଥିଲା। ମୃତ ନାରାୟଣଙ୍କ ଭାଇ ସୁଧିର କୁମାର ରାଉତ ମରଶରୀରକୁ ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଳୋଡିଥିଲେ। ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଆଜି ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।
Sign in
Sign in
Recover your password.
A password will be e-mailed to you.
Next Post