ଓଡ଼ିଶାର ପାଇକ ବିଦ୍ରୋହ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମର୍ଯ୍ୟଦା ପାଇବାର ହକଦାର ଓ ଏଥିପାଇଁ ଦଳ ମତ ନିର୍ବିଶେଷରେ ଐକ୍ୟବଦ୍ଧ ଉଦ୍ୟମର ଆବଶ୍ୟକତା ରହିଛି ବୋଲି ଓଡ଼ିଶା ନାଗରିକ ସମାଜର ୧୨ ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱର ସ୍ଥିତ ଗୀତ ଗୋବିନ୍ଦ ସଦନ ଅନୁଷ୍ଠିତ “ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ” ଶୀର୍ଷକ ଏକ ଆଲୋଚନା ଚକ୍ରରେ ରାଜ୍ୟର ବହୁ ବୁଦ୍ଧିଜୀବୀ , ଐତିହାସିକ ,ଗବେଷକ , ବରିଷ୍ଠ ନାଗରିକ ମତବ୍ୟକ୍ତ କରିଛନ୍ତି |
ଓଡିଶା ନାଗରିକ ସମାଜର ସଭାପତି ଇଂ ଲଳିତ ମୋହନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି ଆଲୋଚନା ଚକ୍ରରେ ଐତିହାସିକ ପ୍ରଫେସର ନାରାୟଣ ରାଓ ମତବ୍ୟକ୍ତ କରି କହିଥିଲେ ଯେ ଓଡ଼ିଶାର ପାଇକ ବିଦ୍ରୋହ ଯେ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଏ ନେଇ ଅନେକ ଗବେଷଣାତ୍ମକ ତଥ୍ୟ ରହିଛି ଏବଂ ଏହାକୁ ଗବେଷଣା ପରିଷଦରେ ସଠିକ ଭାବରେ ଉପସ୍ଥାପନ କରି ପ୍ରମାଣିତ କରିବାର ଆବଶ୍ୟକତା ରହିଛି। ଓଡ଼ିଆ ଅସ୍ମିତାକୁ ବିଶ୍ଵଦରବାରରେ ମାନ୍ୟତା ଦେବା ପାଇଁ ଦଳ ମତ ନିର୍ବିଶେଷରେ ସମସ୍ତ ଓଡ଼ିଆ ଏକବଦ୍ଧ ହୋଇ ଆଗେଇ ଆସିବା ଉଚିତ ବୋଲି ମୁଖ୍ୟ ଅତିଥି ଖଣ୍ଡପଡା ବିଧାୟକ ଓ ସମ୍ବାଦର ସମ୍ପାଦକ ଶ୍ରୀ ସୌମ୍ୟ ରଞ୍ଜନ ପଟ୍ଟନାୟକ ଆହ୍ୱାନ ଦେଇଥିଲେ।ପୂର୍ବତନ ମନ୍ତ୍ରୀ ତଥା ଓଡ଼ିଆ ପ୍ରଦେଶ କଂଗ୍ରେସ କମିଟିର ନେତା ଶ୍ରୀ ପ୍ରସାଦ ହରିଚନ୍ଦନ ଓଡ଼ିଆ ଜାତିର ବୀରତ୍ବ ଓ ଐତିହର ସ୍ମୃତି ରୋମନ୍ଥନ କରିଥିଲେ।ଲଢୁଆ ଓଡ଼ିଆ ଜାତି କେବେ ଶୋଇନାହିଁ କି ଶୋଇବ ନାହିଁ ବୋଲି ମତବ୍ୟକ୍ତ କରି ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପାଇକ ବିଦ୍ରୋହ ଯେ ସ୍ୱାଧୀନତା ସଂଗ୍ରାମର ପ୍ରଥମ ଗଣ ବିଦ୍ରୋହ ଏହା ଦୃଢ଼ ଭାବରେ କହିଥିଲେ। ପୂର୍ବତନ ସାଂସଦ ଶ୍ରୀ ବ୍ରଜକିଶୋର ତ୍ରିପାଠୀ ଓ ଓଡ଼ିଶା ନାଗରିକ ସମାଜର ମୁଖ୍ୟ ଉପଦେଷ୍ଟା ଡ଼ଃ ଭଗବାନ ପ୍ରକାଶଙ୍କ ସୁଚିନ୍ତିତ ମାର୍ଗ ଦର୍ଶନରେ ଏହି ଦାବୀ ପୂରଣ ପାଇଁ ଉପଯୁକ୍ତ ପଦକ୍ଷେପ ନିଆଯିବ ଏବଂ ଆବଶ୍ୟକ ସ୍ଥଳେ ଏହା ଏକ ଆନ୍ଦୋଳନରେ ପରିଣତ କରାଯିବାର ପ୍ରସ୍ତାବ ମଧ୍ୟ ଦେଇଥିଲେ। ଏହି ଅବସରରେ ଐତିହାସିକ ପ୍ରଫେସର ନାରାୟଣ ରାଓ , ରିକ୍ସା ଚାଳକଙ୍କୁ ସମସ୍ତ ସମ୍ପତ୍ତି ଦାନ କରି ଏକ ଜ୍ୱଳନ୍ତ ଉଦାହରଣ ସୃଷ୍ଟି କରିଥିବା ଶ୍ରୀମତି ମିନତୀ ପଟ୍ଟନାୟକ ଓ ନାଲକୋର ପୂର୍ବତନ ନିର୍ଦେଶକ ଶ୍ରୀ ଶଶୀଭୂଷଣ ନାୟକଙ୍କୁ ସମ୍ମାନିତ କରାଯାଇଥିଲା।ଶୋଭନୀୟ ଶିକ୍ଷାଶ୍ରମର କୁନି କୁନି ଝିଅମାନେ ନୃତ୍ୟ ପରିବେଷଣ କରିଥିଲେ।
ଓଡ଼ିଶା ନାଗରିକ ସମାଜର ଉପସଭାପତି ଡ଼ଃ ରୀନା ରାଉତରାୟଙ୍କ ସଂଯୋଜନାରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ପ୍ରାରମ୍ଭରେ ଉପସଭାପତି ଶ୍ରୀ ରମେଶ ଚନ୍ଦ୍ର ମହାନ୍ତି ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ।ପ୍ରତିଷ୍ଠାତା ସମ୍ପାଦକ ଶ୍ରୀ ମନୋଜ ଜେନା ଓଡ଼ିଶା ନାଗରିକ ମଞ୍ଚର ଦୀର୍ଘ ବାର ବର୍ଷର ଯାତ୍ରା, ସଂଘର୍ଷ ଓ ସଫଳତା ଉପରେ ଆଲୋକପାତ କରିଥିଲେ। ପ୍ରାରମ୍ଭରେ ଲିଲି ଜେନାମଣି ଅତିଥି ମାନଙ୍କୁ ସ୍ୱାଗତ କରିଥିଲେ ଓ ଶେଷରେ ଶ୍ରୀ ଭକ୍ତଚରଣ ଧନ୍ୟବାଦ ଅର୍ପଣ କରିଥିଲେ। ଅପର୍ଣ୍ଣା ନାୟକ , ଡ଼ଃ ଅରୁନ୍ଧତୀ ଦେବୀ, ଆଇନଜୀବୀ ବୀର କିଶୋର ନାୟକ , ଶ୍ରୀ ଦିଲ୍ଲୀପ ଶ୍ରୀ ଚନ୍ଦନ,ମାନସ ଜେନା, ସଞ୍ଜୟ ପଟ୍ଟନାୟକ,ପ୍ରମୋଦ ସାମନ୍ତରାୟ, ଜ୍ୟୋସ୍ନା ଦାସ, ସତ୍ୟବ୍ରତ ଜେନା, ବାସୁଦେବ ଭଟ୍ଟ ପ୍ରମୁଖ ଯୋଗ ଦେଇ ସେମାନଙ୍କର ସୁଚିନ୍ତିତ ପରାମର୍ଶ ଦେଇଥିଲେ।
Sign in
Sign in
Recover your password.
A password will be e-mailed to you.