ଜିଲ୍ଲାରେ ପ୍ରଥମ ସ୍ଥାନରେ କୃତୀ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ୨୦୨୦-୨୦୨୧ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ପରୀକ୍ଷା ଏବଂ କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ସର୍ବ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା।
ଆୟୋଜିତ ଉତ୍ସବରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥୀ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ , ସମ୍ପୃକ୍ତ ବିଦ୍ୟାଳୟର ଅଧ୍ୟକ୍ଷ ଓ ଅଧ୍ୟକ୍ଷା , ଛାତ୍ରଛାତ୍ରୀ ତଥା ଅଭିଭାବକ ମାନେ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦାନ କରିଥିଲେ।
ଏହି ସମ୍ବର୍ଦ୍ଧନା ଉତ୍ସବରେ ଜିଲ୍ଲାର ସର୍ବସ୍ବ ସ୍ଥାନ ହାସଲ କରିଥିବା ୧୪ ଜଣ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସବରେ ସମ୍ବର୍ଦ୍ଧିତ କରାଯାଇଥିଲା।

Leave A Reply

Your email address will not be published.