ମୁଖ୍ୟମନ୍ତ୍ରୀଙ୍କ ସମୟୋପଯୋଗୀ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି

0

ଓଡିଶାର ମିଶନାରିଜ୍ ଅଫ ଚାରିଟୀର ଅନ୍ତେବାସୀ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(ଶାସକ ପ୍ରଶାସକ) : ଓଡିଶାରେ ମିଶନାରିଜ୍ ଅଫ ଚାରିଟୀ ଦ୍ବାରା ପରିଚାଳିତ ବିଭିନ୍ନ ସଂସ୍ଥା ଯଥା କୁଷ୍ଠାଶ୍ରମ ଓ ଅନାଥାଶ୍ରମ ମାନଙ୍କରେ ଥିବା ଅନ୍ତେବାସୀମାନେ ଯେପରି କୌଣସି ସମସ୍ୟା ବିଶେଷ କରି ଖାଦ୍ୟ ନିରାପତ୍ତା ତଥା ସ୍ବାସ୍ଥ୍ୟ ସଂପର୍କୀତ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ପଡିଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସଂସ୍ଥାଗୁଡିକୁ ତୁରନ୍ତ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ଓଡ଼ିଶାରେ missionaries of charity ପକ୍ଷରୁ ପରିଚାଳିତ ଅନେକ କୁଷ୍ଠାଶ୍ରମ ଓ ଅନାଥାଶ୍ରମ ରହିଛି ।।

Leave A Reply

Your email address will not be published.