୧୫ରୁ ୧୮ ବର୍ଷ ବୟସର ଛାତ୍ରଛାତ୍ରୀମାନଙ୍କୁ କୋଭାକ୍ସିନ୍ ଟିକା ଦାନ ନେଇ ପ୍ରସ୍ତୁତି ବୈଠକ

0
  • ୩୧-୧୨-୨୦୦୭ ସୁଦ୍ଧା ଜନ୍ମ ହୋଇଥିବା ସମସ୍ତ ଛାତ୍ରଛାତ୍ରୀ ଟିକାକରଣ ଅନ୍ତର୍ଭୁକ୍ତ ହେବେ

  • ଜାନୁଆରୀ ୮ ତାରିଖ ପରେ ଦଶମ ଶ୍ରେଣୀ ଓ ୧୧ ତାରିଖ ପରେ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଟିକାଦାନ କରାଯିବ

  • ପ୍ରଥମ ପାନ ଟିକା ନେବାର ୨୮ ରୁ ୪୨ ଦିନ ମଧ୍ୟରେ ଦ୍ୱିତୀୟ ପାନ ଟିକା

  • କରୋନାରେ ପୀଡ଼ିତ ଛାତ୍ରଛାତ୍ରୀ ସୁସ୍ଥ ହେବାର ୩ ମାସ ପରେ ଟିକା ନେଇପାରିବୋ

ଭୁବନେଶ୍ୱର : ଆଜି ୧୫ରୁ ୧୮ ବର୍ଷ ବୟସର ଛାତ୍ରଛାତ୍ରୀମାନଙ୍କୁ କୋଭାକ୍ସିନ୍ ଟିକା ଦାନ ପ୍ରସ୍ତୁତି ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗର ଏକ ମିଳିତ ବୈଠକ ଭର୍ଚୁଆଲ୍ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛିା
ଉକ୍ତ ବୈଠକରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ. ବିଜୟ କୁମାର ପାଣିଗ୍ରାହୀ ଯୋଗଦେଇ କହିଲେ ଯେ ତା.୩୧-୧୨-୨୦୦୭ ସୁଦ୍ଧା ଜନ୍ମ ହୋଇଥିବା ସମସ୍ତ ଛାତ୍ରଛାତ୍ରୀ ଟିକାକରଣ ଅନ୍ତର୍ଭୁକ୍ତ ହେବୋ ଟିକାଦାନ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ର ବା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବା ଏଥି ପାଇଁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସମସ୍ତ ପ୍ରସ୍ତୁତି ସରିଛିା ଅଧ୍ୟକ୍ଷମାନେ ବିଦ୍ୟାଳୟ ପରିସରରେ ଟିକାଦାନ ପାଇଁ ଆବଶ୍ୟକୀୟ ସ୍ଥାନ ଯୋଗାଇଦେବେ ଓ ସମସ୍ତ ଛାତ୍ରଛାତ୍ରୀଙ୍କ ଟିକାଦାନ ପାଇଁ ସଚେତନତା ସୃଷ୍ଟି କରିବୋ ପ୍ରଥମ ପାନ ଟିକା ନେବାର ୨୮ ରୁ ୪୨ ଦିନ ମଧ୍ୟରେ ଦ୍ୱିତୀୟ ପାନ ଟିକା ଦିଆଯିବା କରୋନାରେ ପୀଡ଼ିତ ଛାତ୍ରଛାତ୍ରୀ ସୁସ୍ଥ ହେବାର ୩ ମାସ ପରେ ଟିକା ନେଇପାରିବୋ
ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଥିବାରୁ ପ୍ରଥମେ ନବମ ଓ ଏକାଦଶ ଶ୍ରେଣୀପିଲାଙ୍କୁ ଟିକା ଦେବା ପାଇଁ ପ୍ରମୁଖ ସଚିବ ଶ୍ରୀ ସାହୁ ପରାମର୍ଶ ଦେଇଥିଲୋ ଜାନୁଆରୀ ୮ ତାରିଖ ପରେ ଦଶମ ଶ୍ରେଣୀ ଓ ୧୧ ତାରିଖ ପରେ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଟିକାଦାନ କରାଯିବା ଜିଲ୍ଲାପାଳ, ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ଦୈନିକ ଟିକାଦାନ ଅଗ୍ରଗତି ସଂପର୍କରେ ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟକୁ ଜଣାଇବା ପାଇଁ ପ୍ରମୁଖ ସଚିବ ଶ୍ରୀ ସାହୁ ନିର୍ଦ୍ଦେଶ ଦେଇଥିଲୋ
ଭୁବନେଶ୍ୱର ମହାନଗର ନିଗମର କମିଶନର ଶ୍ରୀ ସଂଜୟ କୁମାର ସିଂହ କହିଲେ ଯେ ଭୁବନେଶ୍ୱରରେ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିକାଦାନ ବ୍ୟବସ୍ଥା କରାଯିବା ଏଥିପାଇଁ ଭୁବନେଶ୍ୱର ବ୍ଲକ୍ ଶିକ୍ଷା ଅଧିକାରୀ ଓ ଅଧ୍ୟକ୍ଷମାନେ ସିଡିଏମ୍ଓଙ୍କ ସହ ଯୋଗାଯୋଗ କରିବୋ
ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ବିକାଶ ଚନ୍ଦ୍ର ମହାପାତ୍ର ସବୁ ଅଧ୍ୟକ୍ଷମାନେ ନିଜ ନିଜ ଜିଲ୍ଲାର ସିଡିଏମ୍ଓମାନଙ୍କ ସହ ଯୋଗାଯୋଗ କରି ଟିକାଦାନ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଥିଲୋ ଏହି କାର୍ଯ୍ୟକ୍ରମକୁ ଯୁଗ୍ମ ନିର୍ଦ୍ଦେଶକ ଡ. ସନାତନ ପଣ୍ଡା ଓ ଉପନିର୍ଦ୍ଦେଶକ ଶ୍ରୀ ଭାଗୀରଥୀ କାଣ୍ଡି ତଦାରଖ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ମହାପାତ୍ର ପରାମର୍ଶ ଦେଇଥିଲୋ
ଟିକାଦାନ ପାଇଁ ଛାତ୍ରଛାତ୍ରୀମାନେ ସଂଚାର ମାଧ୍ୟମରେ କୋଓ୍ୱିନ୍ ପୋର୍ଟାଲରେ ଆଗୁଆ ପଂଜୀକରଣ କରିପାରିବେ ଅଥବା ଟିକାଦାନ କେନ୍ଦ୍ରରେ ପହଂଚି ପଂଜୀକରଣ କରିପାରିବୋ ଅଧ୍ୟକ୍ଷ ଓ ପ୍ରଧାନଶିକ୍ଷକମାନେ ଟିକାଦାନ ନିମନ୍ତେ ସମସ୍ତ ଉପଯୁକ୍ତ ଛାତ୍ରଛାତ୍ରୀଙ୍କ ତାଲିକା ପ୍ରସ୍ତୁତ କରି ସିଡିଏମ୍ଓଙ୍କ ସହ ଯୋଗଯୋଗ କରିବେ ଓ ସମସ୍ତ ଛାତ୍ରଛାତ୍ରୀ ଟିକାନେବା ସୁନିଶ୍ଚିତ କରିବୋ
ଏହି ବୈଠକରେ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲୋ

Leave A Reply

Your email address will not be published.