ଭୁବନେଶ୍ୱର: ଜଣାଶୁଣା ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା । ସ୍ବର୍ଗତଃ ଦୁର୍ଯ୍ୟୋଧନ ମାଝୀ ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପ୍ରଥମେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ନେତୃତ୍ବାଧୀନ ଜନତା ଦଳରୁ ୧୯୯୦ରେ ଖଡ଼ିଆଳରୁ ସେ ବିଧାନସଭାକୁ ଆସିଥିଲେ। ଏହାପରେ ପୁଣି ୧୯୯୫ରେ ସେଠାରୁ ଜନତା ଦଳ ଟିକଟରେ ନିର୍ବାଚିତ ହୋଇଥିଲେ। ପରେ ବିଜୁ ଜନତା ଦଳରେ ଯୋଗଦାନ କରି ସେ ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ ବିଧାୟକ ରହିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ଦୁଇ ଥର ମନ୍ତ୍ରୀ ମଧ୍ୟ ରହିଥିଲେ। ୨୦୧୪ ମସିହାରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଥିଲେ। ସେହିବର୍ଷ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିରୁ ଲଢ଼ି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସେ ଦଳରୁ ଇସ୍ତଫା ଦେଇ ବିଜୁ ଜନତା ଦଳକୁ ଫେରି ଆସିଥିଲେ।
Sign in
Sign in
Recover your password.
A password will be e-mailed to you.