ଓଡ଼ିଶାର ବରପୁତ୍ର ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୨ତମ ଜୟନ୍ତୀରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଶ୍ରଦ୍ଧାଞ୍ଜଳି

0

ଭୁବନେଶ୍ୱର(ଶାସକ ପ୍ରଶାସକ) : ଆଜି ଓଡ଼ିଶାର ବରପୁତ୍ର ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୨ତମ ଜୟନ୍ତୀ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ବିଭାଗୀୟ ସମ୍ମିଳନୀ କକ୍ଷରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛିା କୋଭିଡ୍-୧୯ ତୃତୀୟ ଲହର ସଂକ୍ରମଣକୁ ଦୃଷ୍ଟିରେ ରଖି କୋଭିଡ୍ ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ ସହ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଫଟୋଚିତ୍ରରେ ପୁଷ୍ପାଞ୍ଜଳି ଏବଂ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲାା
ଉତ୍କଳ ଜନନୀର ଅନ୍ୟତମ ସୁଯୋଗ୍ୟ ସନ୍ତାନ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଓଡ଼ିଶାର ରାଜନୀତି, ସମାଜନୀତି, ଶିକ୍ଷା, ସ୍ୱାସ୍ଥ୍ୟ ତଥା ସାଂସ୍କୃତିକ ପରମ୍ପରାକୁ ରୁଦ୍ଧିମନ୍ତ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲୋ ସେ ଥିଲେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ନିର୍ମାଣର ପ୍ରମୁଖ ବିନ୍ଧାଣୀ ତଥା ଉତ୍କଳ ସମ୍ମିଳନୀର ଅନ୍ୟତମ କର୍ଣ୍ଣଧାରା ଲଣ୍ଡନରେ ଆୟୋଜିତ ତୃତୀୟ ଗୋଲଟେବୁଲ୍ ବୈଠକରେ ରାଜା ରାମଚନ୍ଦ୍ର ଯୋଗଦେଇ ଓଡ଼ିଆ ଭାଷାଭାଷୀ ଅଞ୍ଚଳର ମିଶ୍ରଣ ସପକ୍ଷରେ ବଳିଷ୍ଠ ଯୁକ୍ତି ଉପସ୍ଥାପନ କରିଥିଲୋ ଓଡ଼ିଆ ଭାଷା ଆନ୍ଦୋଳନ ଇତିହାସରେ ଏକ ଅମ୍ଳାନ ଅଧ୍ୟାୟ ସୃଷ୍ଟି କରିଥିବା ଏହି ଉଜ୍ଜ୍ୱଳ ଜ୍ୟୋତିଷ୍କ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଏ ଜାତିର ଗର୍ବ ଓ ଗୌରବା
ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ଉତ୍କଳ ପ୍ରସଙ୍ଗ ଓ ଓଡ଼ଶା ରିଭ୍ୟୁର ସଂପାଦକ ଡ. ଲେନିନ୍ ମହାନ୍ତି, ଅତିରିକ୍ତ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡ଼ା, ଯୁଗ୍ମ ନିର୍ଦ୍ଦେଶକ ମାନସ ରଞ୍ଜନ ଖୁଣ୍ଟିଆ ଏବଂ ସନ୍ତୋଷ କୁମାର ଦାସଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲୋ

Leave A Reply

Your email address will not be published.