ଭୁବନେଶ୍ୱର : ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଉପସ୍ଥିତିରେ ମାହାଙ୍ଗାର ପୂର୍ବତନ ବ୍ଲକ ଅଧ୍ୟକ୍ଷା ଶ୍ରୀମତି କନକଲତା ବେହେରା ବିଜେଡି ଛାଡି ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ନୂତନ ଭାବେ ବିଜେପିରେ ସାମିଲ ହୋଇଥିବା ଶ୍ରୀମତି ବେହେରାଙ୍କୁ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ ଜଣାଇଥିଲେ । ଏହି ମିଶ୍ରଣ ପର୍ବ ଅବସରରେ କଟକ ସଦର ଜିଲ୍ଲା ସଭାପତି ପ୍ରକାଶ ବେହେରା, ଜିଲ୍ଲାର ବରିଷ୍ଠ ନେତା ତଥା ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ମହିଳା ମୋର୍ଚ୍ଚା କଟକ ସଭାନେତ୍ରୀ ଯାଜ୍ଞସେନୀ ଜେନା, ବରିଷ୍ଠ କୃଷକ ନେତା ବିଶ୍ୱନାଥ ଜେନା, ସାଂସ୍କୃତିକ ପ୍ରକୋଷ୍ଠ ଅଧ୍ୟକ୍ଷ ପଂଚାନନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.