ଭୁବନେଶ୍ୱର,/ ଶାସକ ପ୍ରଶାସକ : ଆଜି ବିଧାନସଭା ପରିସରରେ ରାଜ୍ୟସ୍ତରୀୟ ଶହୀଦ ଦିବସ ପାଳିତ ହୋଇଯାଇଛିା ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ସଂସଦୀୟ ବ୍ୟାପାର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସଂପର୍କ, ଜଳସଂପଦ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ପ୍ରମୁଖ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲୋ
ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ କରାଯାଇଥିଲାା ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀଗଣ ଗାନ୍ଧିଜୀଙ୍କ ପି୍ରୟ ଆଶ୍ରମ ଭଜନ “ବୈଷ୍ଣବ ଜନ ତୋ’ ପରିବେଷଣ କରିଥିଲୋ ପୋଲିସବାହିନୀ ଦ୍ୱାରା ବୀର ଶହୀଦମାନଙ୍କୁ ସମ୍ମାନ ପ୍ରଦର୍ଶନ ଉଦ୍ଦେଶ୍ୟରେ ତୋପଧ୍ୱନି, ଦୁଇ ମିନିଟ୍ ନୀରବ ପ୍ରାର୍ଥନା, ନୀରବ ପ୍ରାର୍ଥନା ସମାପ୍ତିର ସଙ୍କେତ ସ୍ୱରୂପ ଦ୍ୱିତୀୟବାର ତୋପଧ୍ୱନି କରାଯାଇଥିଲାା ଓଡ଼ିଶା ପୋଲିସ ବ୍ୟାଣ୍ଡ ଦ୍ୱାରା ରାମଧୂନ ପରିବେଷଣ ଓ ଜାତୀୟ ସଂଗୀତ ବାଦନ ପରେ କାର୍ଯ୍ୟକ୍ରମର ସମାପ୍ତି ହୋଇଥିଲାା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସମେତ ସମସ୍ତ ଅତିଥି ବିଧାନସଭା ପରିସରରୁ ପ୍ରସ୍ଥାନ କରିଥିଲୋ
ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ ଓ ଅନ୍ୟ ଅଧିକାରୀବୃନ୍ଦ, ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବପ୍ରସାଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲୋ ସୂଚନା ଓ ଲୋକସଂପର୍କ ବିଭାଗର ସହକରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶନୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲୋ
Sign in
Sign in
Recover your password.
A password will be e-mailed to you.
Prev Post