ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଗତ ୧ ତାରିଖ ଦିନ ଉପସ୍ଥାପନା କରିଛନ୍ତି । ମୋଦି ସରକାରଙ୍କ ‘ଆତ୍ମନିର୍ଭର ଅର୍ଥବ୍ୟବସ୍ଥା’ ଏବଂ “ବଜେଟ-୨୦୨୨” ପ୍ରସଙ୍ଗରେ ଦେଶବାସୀଙ୍କୁ ବିସ୍ତୃତ ତଥ୍ୟ ଜଣାଇବା ପାଇଁ କେନ୍ଦ୍ରମନ୍ତ୍ରୀମାନେ ବିଭିନ୍ନ ରାଜ୍ୟ ଗସ୍ତ କରିବେ । ଏହି ପରିପ୍ରେକ୍ଷୀରେ ଆସନ୍ତା କାଲି କେନ୍ଦ୍ର ରେଳ ଏବଂ ସୁଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ଆସନ୍ତା କାଲି ମଧ୍ୟାହ୍ନ ୧୨.୦୫ ଟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ଏବଂ ଅପରାହ୍ନ ୪ଟାରେ କଟକସ୍ଥିତ ଶାରଳା ଭବନରେ ଆୟୋଜିତ ବୁଦ୍ଧିଜୀବି ସମ୍ମିଳନୀରେ ଯୋଗଦେବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।
Sign in
Sign in
Recover your password.
A password will be e-mailed to you.