ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଫିଟ୍ ଇଣ୍ଡିଆ କାର୍ଯ୍ୟକ୍ରମ

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ପଦ୍ମପୁର ସ୍ଥିତ ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ଓ ନେହୁରୁ ଯୁବ କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ଫିଟ୍ ଇଣ୍ଡିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନେହୁରୁ ଯୁବ କେନ୍ଦ୍ରର ଅଧିକାରୀ ଶ୍ରୀ ବିଜୟ କୁମାର ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟକର୍ତ୍ତା ମାନେ ଯୋଗ ଦେଇଥିଲେ।
ଏହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିବା ପାଇଁ ଦୁଇ ଜଣ ସାଧନ ବ୍ୟକ୍ତିତ୍ୱ ଯୋଗ ଦେଇଥିଲେ ଯଥା :- ଶ୍ରୀ ଭାଗବତ ପାଢ଼ୀ ଓ ଶ୍ରୀ କ୍ରିଷ୍ଣା ରାଓ ଏହି କର୍ମଶାଳାରେ ତାଙ୍କର ବକ୍ତବ୍ୟରେ ପିଲାମାନଙ୍କୁ ଆକର୍ଷିତ କରିଥିଲେ।
ଏହି କାର୍ଯ୍ୟକ୍ରମକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିବା ବେଳେ ଏନ୍ ଏସ୍ ଏସ୍ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ସୀତାରାମ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ କାର୍ଯ୍ୟକ୍ରମରେ ବହୁ ଛାତ୍ର ଛାତ୍ରୀ ଭାଗ ନେଇଥିଲେ।

Leave A Reply

Your email address will not be published.