ଭଦ୍ରକବ୍ଲକ (ସୀତାକାନ୍ତ ପାଢ଼ୀ)-:ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଧାମନଗର ଥାନା ଅନ୍ତର୍ଗତ ଜଳମଣ୍ଡୁଆ, ହାସନପୁର, ଶିପୁର, ଗୁଣୁପୁର ଓ ବାରିକପୁର ବଜାର ଅଞ୍ଚଳରେ ଚଢାଉ କରାଯାଇ ୧୨୦ ଲିଟର ଦେଶୀ ମଦ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ମୋଟ ୦୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଧାମନଗର ଥାନା ଅନ୍ତର୍ଗତ ଶିପୁର ଗ୍ରାମର ଗଣେଶ ଚନ୍ଦ୍ର ଜେନା, ହାସନପୁର ଗ୍ରାମର ସୁଶାନ୍ତ କୁମାର ମଲ୍ଲିକ ଏବଂ ଗୁଣୁପୁର ଗ୍ରାମର ବାବୁଲି ମୁଣ୍ଡା । ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍.ଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ଜେମାମଣି ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି । ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ପାଇଁ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଜୋରଦାର ଚଢ଼ାଉ କରାଯାଉଛି ।
Sign in
Sign in
Recover your password.
A password will be e-mailed to you.