ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପୌର ନିର୍ବାଚନ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ନେଇ ପ୍ରକାଶ ପାଇଥିବା ବେଳେ ଗଜପତି ଜିଲ୍ଲାର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।
ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପୌରପାଳିକାର ଏବଂ କାଶୀନଗର ବିଜ୍ଞାପିତ ଅଞ୍ଚଳର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଗଜପତି ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ପୌରପାଳିକାର ଚୂଡାନ୍ତ ଭୋଟର ତାଲିକା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସିଡି ଏବଂ ଭୋଟର ତାଲିକା ଉନ୍ମୋଚନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ଉପଜିଲ୍ଲାପାଳ ଶ୍ରୀ ଦିଲ୍ଲୀପ କୁମାର ମହାରଣା , ପୌର ନିର୍ବାହୀ ଅଧିକାରୀ ଶ୍ରୀ ଜ୍ଞାନରଞ୍ଜନ ମାଝୀ ଓ କାଶୀନଗର ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ ଓ ସମସ୍ତ ରାଜନୈତିକ ଦଳର ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.