ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଗଜପତି ଜିଲ୍ଲା ସ୍ତରୀୟ ବିଜ୍ଞାନ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।
ଏହି କୁଇଜ ପ୍ରତିଯୋଗିତାକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମନୋଜ ରଞ୍ଜନ ଦଳାଇ ଉଦଘାଟନ କରିଥିବା ବେଳେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ସାତ୍ମିକ କୁମାର ପଟ୍ଟନାୟକ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ, ଓଡିଶା, ଭୁବନେଶ୍ୱର ଆନୁକୂଲ୍ୟରେ ଆୟୋଜିତ ପ୍ରତିଯୋଗିତାର ଉଦ୍ଦେଶ୍ୟ ଜ୍ଞାପନ କରି ବିଜ୍ଞାନ ଶିକ୍ଷା ପ୍ରତି ଛାତ୍ର /ଛାତ୍ରୀ ମାନଙ୍କୁ ଆକୃଷ୍ଟ କରିବାର ଏହା ଏକ ପ୍ରୟାସ ବୋଲି କହିଥିଲେ। ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟର ଜୁନିଅର ଓ ସିନିର ବିଭାଗରୁ ମୋଟ ୪୦ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ।
ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ସିନିଅର ବିଭାଗରୁ ବି ଏମ୍ ଉଚ୍ଚ ବିଦ୍ୟାଳୟ ଖରଡ଼ାର ମାନୀକାନଟା ଦଳାଇ (ଦଶମ ଶ୍ରେଣୀ ) ଓ ଜୁନିର ବିଭାଗରୁ ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ , ପାରଳାଖେମୁଣ୍ଡିର ସୁମନ ପାଣିଗ୍ରାହୀ (ଅଷ୍ଟମ ଶ୍ରେଣୀ ) ପ୍ରଥମ ସ୍ଥାନ ରଖି ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ନିମନ୍ତେ ମନୋନୀତ ହୋଇଛନ୍ତି।
ଉକ୍ତ କାର୍ଯ୍ୟକ୍ରମକୁ ବିଜ୍ଞାନ ଶିକ୍ଷକ ଆମ୍ପୋଲୁ ରବି କୁମାର , ସୁଜାତା ଦୋରା , ପି. କ୍ରିଷ୍ଣା ରାଓ , ଶିବ କଲ୍ୟାଣୀ ଆଚାର୍ଯ୍ୟ ପ୍ରମୁଖ ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post