ଡ. ସବିତା ସୁଆର ବିଜେପିର ବ୍ରହ୍ମପୁର ମେୟର ପ୍ରାର୍ଥୀ

0

ଭୁବନେଶ୍ୱର :ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଭାରତୀୟ ଜନତା ପାର୍ଟି ତରଫରୁ ଆଜି ବ୍ରହ୍ମପୁର ମହାନଗର ନିଗମ (ବିଏମସି) ମେୟର ପ୍ରାର୍ଥୀ ଭାବେ ଡ. ସବିତା ସୁଆରଙ୍କ ନାମ ଘୋଷଣା କରାଯାଇଛି ବୋଲି ରାଜ୍ୟ ଉପସଭାପତି ଶ୍ରୀ ଭୃଗୁ ବକ୍ସିପାତ୍ର ସୂଚନା ଦେଇଛନ୍ତି । ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ବ୍ରହ୍ମପୁର ମହାନଗର ନିଗମ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ପ୍ରଥମ ଥର ପାଇଁ ଭୋଟରମାନେ ପ୍ରତ୍ୟକ୍ଷ ଭାବେ ମେୟରଙ୍କୁ ନିର୍ବାଚିତ କରିବେ ।
 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ କାର୍ଯ୍ୟଶୈଳୀ ତାଙ୍କୁ ବେଶ୍ ପ୍ରଭାବିତ କରିଛି । ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ତାଙ୍କ ପ୍ରତି ଆସ୍ଥା ପ୍ରକଟ କରି ବ୍ରହ୍ମପୁର ମହାନଗର ନିଗମର ମେୟର ପ୍ରାର୍ଥୀ ଭାବେ ଚୟନ କରିଥିବାରୁ ଡ.ସବିତା ସୁଆର ଦଳକୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

Leave A Reply

Your email address will not be published.