ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ : ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ନିର୍ଦ୍ଦେଶ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତ ବର୍ଷର ପ୍ରଥମ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷର ପ୍ରଥମ ଲୋକ ଅଦାଲତରେ ଗଜପତି ଜିଲ୍ଲାରେ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ଓ ଜୋରିମାନା ଆଦାୟ ହୋଇଛି ।
ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁଯାଇ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଗଜପତି ଜିଲ୍ଲା ତଥା ଦୌରା ଜଜ୍ ଶ୍ରୀ ସତ୍ୟପିର ମିଶ୍ର ଉପସ୍ଥିତ ରହି ବିଭନ୍ନ କୋର୍ଟ କାର୍ଯ୍ୟ ତଦାରଖ ସଙ୍ଗେ ସଙ୍ଗେ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।
ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା ଉପସ୍ଥିତ ରହି କୋର୍ଟ କାର୍ଯ୍ୟ ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ। ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଭିନ୍ନ ପ୍ରକାରର ବିଚାରଧିନ ଥିବା ମାମଲାରେ ତ୍ଵରିତ ବିଚାର ପାଇଁ ପଦକ୍ଷେପ ସ୍ବରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରଯାଇଥିଲା।
ଲୋକ ଅଦାଲତରେ ପରିବାର ଅଦାଲତ ଜଜ୍ ଶ୍ରୀ ସୁବ୍ରତ ମହାନ୍ତି , ଅତିରିକ୍ତ ଜିଲ୍ଲା ଜଜ୍ ଶ୍ରୀ ହେମନ୍ତ କୁମାର ସେଠୀ , ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ମାନସ ରଞ୍ଜନ ପଣ୍ଡା , ସବ ଜଜ୍ ଶ୍ରୀ ଦୀପଙ୍କର ପଟ୍ଟନାୟକ , କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରାଣା , ଉପ ଖଣ୍ଡୀୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀମତୀ ବର୍ଷା ଶର୍ମା , ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ (ମହିଳା ବିଭାଗ) ସୁଶ୍ରୀ ଶୁଭଲକ୍ଷ୍ମୀ ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।
ସେହିପରି ଭାବେ ରା.ଉଦୟଗିରି କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ସବ୍ ଜଜ୍ ଶ୍ରୀ ବିଶ୍ୱେଶର ବିଶ୍ବ ପ୍ରକାଶ ରାୟ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ପାରଶ ପାଢୀ , ମୋହନା କୋର୍ଟ ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ଶ୍ରୀମତୀ ଅନନ୍ୟା ଦାଶ ଓ କାଶିନଗର ଗ୍ରାମ୍ୟ ନ୍ୟାୟଳୟର ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ରେଶମା ଧଳ ବିଶୋୟୀ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।
ଆୟୋଜିତ ଲୋକ ଅଦାଲତରେ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରୀୟ ବ୍ୟାଙ୍କର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ ସମ୍ବନ୍ଧୀୟ ବିଭିନ୍ନ ମାମଲାର ସମାଧାନ ପାଇଁ ଚେଷ୍ଟା କରିଥିଲେ।
ଆୟୋଜିତ ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ ଓକିଲ ସଂଘ ସଭାପତି ଶ୍ରୀ ରାମ ନାଥ ମିଶ୍ରଙ୍କ ସମେତ ସମସ୍ତ ବରଷ୍ଠ ଓକିଲ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ କେସ ମକଦ୍ଦମାରେ ସହଯୋଗ ପ୍ରଦାନ କରିଥିଲେ ।
ଏହି ଲୋକ ଅଦାଲତରେ ସମୁଦାୟ ୩୧୨ଟି କେସ୍ କୁ ବିଚାର କୁ ନିଆ ଯାଇ ୭୯ ଟି ମାମଲାର ତ୍ଵରିତ ସମାଧାନ କରାଯାଇ ୨୫ ଲକ୍ଷ ଟଙ୍କା ଜରିମାନା ଆଦାୟ କରଯାଇଥିଲା।
ଏହି ଲୋକ ଅଦାଲତରେ ୯୧ ଟି ବ୍ୟାଙ୍କ କେସ୍ ରୁ ୨୨ ଟି କେସ୍ ଫଇସଲା ହୋଇଥିଲା । ଏହି ଲୋକ ଅଦାଲତକୁ ପ୍ରାଧିକରଣର କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ।