ଦୁବାଇ ଆନ୍ତର୍ଜାତିକ କନଫରେନ୍ସରେ ସୋଆ ସମ୍ମାନିତ

0

ଭୁବନେଶ୍ୱର : ସଂଯୁକ୍ତ ଆରବ ଏମିରେଟର ଇଂଟରକଂଟିନେଂଟାଲ୍ ଦୁବାଇ ଫେଷ୍ଟିଭାଲ୍ ସିଟିରେ ମାର୍ଚ୍ଚ ୨୩ ରୁ ୨୫ ପର୍ଯ୍ୟନ୍ତ ଅନୁଷ୍ଠିତ ଆନ୍ତର୍ଜାତିକ ଏଡୁକେଶନ୍ ୨.୦ କନ୍ଫରେନ୍ସରେ ଶିକ୍ଷା ଓ ଅନୁସନ୍ଧାନକୁ ‘ପୂର୍ବ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ’ ସମ୍ମାନରେ ସମ୍ମାନିତ କରାଯାଇଛି।
ସୋଆର ଆନ୍ତର୍ଜାତିକ ସଂପର୍କ ଓ ଆଉଟରିଚ୍ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ଓ ଆଇଟିଇଆରର ହେଡ଼ , ଇଣ୍ଡଷ୍ଟ୍ରି ଏନଗେଜମେଣ୍ଟ ଶ୍ରୀ ରିପ୍ତି ରଞ୍ଜନ ଦାସ ଏହି ସମ୍ମାନ ଗ୍ରହଣ କରିଥିଲେ।
ଏହି ସମ୍ମିଳନୀରେ ଡିଜିଟାଲ୍ ସାକ୍ଷରତାକୁ ମଜଭୁତ କରିବା ପାଇଁ ଆବଶ୍ୟକୀୟ ଯୋଜନା ଓ କୌଶଳ ଉପରେ ଆୟୋଜିତ ଏକ ପ୍ୟାନେଲ୍ ଆଲୋଚନାରେ ଭାଗ ନେଇ ପ୍ରଫେସର ଶର୍ମା କହିଥିଲେ ଯେ ଶିକ୍ଷା ଓ ଅନୁସନ୍ଧାନ ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ ନିଜକୁ ଏକ ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ଓ ମଲ୍ଟିଡିସିପ୍ଲିନାରୀ ଏଡୁକେଶନ୍ ଓ ରିସର୍ଚ୍ଚ ୟୁନିଭର୍ସିଟିରେ ପରିଣତ କରିବା ପାଇଁ ଏକ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିଛି। ଏହି ଏଡୁକେସନ୍ ୨.୦ କନ୍ଫରେନ୍ସରେ ବିଭିନ୍ନ ଦେଶର ୪୦୦ ପାଖାପାଖି ପ୍ରତିନିଧି ଯୋଗ ଦେଇଥିଲେ।
ଏଥିରେ ସିଙ୍ଗାପୁର, ଜର୍ମାନୀ, ଫିଲିପାଇନ୍ସ, କାତାର, ପୋଲାଣ୍ଡ, ବ୍ରିଟେନ୍, ସାଉଦିଆରବ, ତାଞ୍ଜାନିଆ, ଦକ୍ଷିଣ ଆଫ୍ରିକା, ମାଲେସିଆ, ତୁର୍କି, ଇଣ୍ଡୋନେସିଆ, ଜାପାନ, ନେପାଳ, ବାଂଲାଦେଶ, ୟୁଏଇ ଓ ଭାରତରୁ ଶିକ୍ଷା ସହିତ ଜଡ଼ିତ ଅନେକ କମ୍ପାନୀ, ବିଶ୍ୱବିଦ୍ୟାଳୟ ଓ ଅନୁଷ୍ଠାନ ଅଂଶ ଗ୍ରହଣ କରିଥିଲେ।

Leave A Reply

Your email address will not be published.