ବିଗତ ଦୁଇ ମାସ ମଧ୍ୟରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ନିମନ୍ତେ ୫୬ ଗ୍ରାମରେ ଜମି ଅଧିଗ୍ରହଣ ପ୍ରକ୍ରିୟା ସମାପ୍ତ ହୋଇ ଜମି ହସ୍ତାନ୍ତର ସମ୍ପୂର୍ଣ
-
ଅବଶିଷ୍ଟ ଜମି ଅଧିଗ୍ରହଣ ମେ ମାସ ୩୦ ତାରିଖ ସୁଦ୍ଧା ସମ୍ପୂର୍ଣ କରିବାକୁ ନିର୍ଦ୍ଦେଶ
-
ବିଗତ ସମୀକ୍ଷା ବୈଠକ ପରେ ୫୬ ଗ୍ରାମରେ ଜମିଅଧିଗ୍ରହଣ ପ୍ରକ୍ରିୟା ସମ୍ପୂର୍ଣ
-
ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର ଉପରେ ଗୁରୁତ୍ୱାରୋପ
-
ରାଜସ୍ବ ଆୟୁକ୍ତମାନଙ୍କୁ ନିୟମିତ ସମୀକ୍ଷା ବୈଠକ କରି ଜମି ଅଧିଗ୍ରହଣ ସମସ୍ୟାର ଆଶୁ ସମାଧାନ କରିବାକୁ ନିର୍ଦ୍ଦେଶ
-
ଜମି ଅଧିଗ୍ରହଣ ତ୍ୱରାନ୍ୱିତ ରାଜସ୍ବ ବିଭାଗର ପ୍ରମୁଖ ପ୍ରାଥମିକତା
ଭୁବନେଶ୍ୱର : ଆଜି ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ତ୍ୱରାନ୍ୱିତ କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଅଛି | ଏହି ସମୀକ୍ଷା ବୈଠକରେ ରାଜସ୍ବ ଡିଭଜନର ରାଜସ୍ବ କମିଶନର ବୃନ୍ଦ, ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ, ରାଜ୍ୟ ରିହାବିଲିଟେସନ ଓ ରିସେଟଲମେଣ୍ଟ ନିର୍ଦ୍ଦେଶକ, ବିଭିନ୍ନ ଜିଲ୍ଲାର ଜମି ଅଧିଗ୍ରହଣ ଅଧିକାରୀ ଓ ଜଳସେଚନ ବିଭାଗର ପ୍ରମୁଖ ଅଧିକାରୀମାନେ ଯୋଗଦାନ କରିଥିଲେ |
ଏହି ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଭିନ୍ନ ଜମି ଅଧିଗ୍ରହଣ ପ୍ରକଳ୍ପ ପାଇଁ ଜମି ତ୍ୱରିତ ଜମି ଅଧିଗ୍ରହଣ ଉପରେ ଗୁରୁତ୍ୱାରୋପ କରିଥିଲେ | ଏହି ବୈଠକରେ ସୁବର୍ଣ୍ଣରେଖା, ଆନନ୍ଦପୁର ବ୍ୟାରେଜ, କାନପୁର, ଦେଓ, ରେଙ୍ଗାଲୀ ବାମ ଓ ଦକ୍ଷିଣ, ଲୋୟର ସୁକତେଲ, ଛେଳିଗଡ଼, ତେଲେଙ୍ଗିରି, ରେତ୍ ଓ ହାଡୁଆ ପ୍ରକଳ୍ପର ସମୀକ୍ଷା ହୋଇଥିଲା | ଗତ ସମୀକ୍ଷା ବୈଠକ ପରେ ତେଲେଙ୍ଗିରି ଜଳସେଚନ ପ୍ରକଳ୍ପରେ ୧୧ ଗ୍ରାମରେ, କାନପୁର ଜଳସେଚନ ପ୍ରକଳ୍ପରେ ଗ୍ରାମରେ ୭ ଗ୍ରାମରେ, ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପରେ ୮ ଗ୍ରାମରେ, ଦେଓ ଜଳସେଚନ ପ୍ରକଳ୍ପରେ ୨ ଗ୍ରାମରେ, ରେଙ୍ଗାଲୀ ବାମ ଓ ଦକ୍ଷିଣ ଜଳସେଚନ ପ୍ରକଳ୍ପରେ ୧୯ ଗ୍ରାମରେ, ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପରେ ୯ ଗ୍ରାମରେ ଜମି ଅଧିଗ୍ରହଣ ପ୍ରକ୍ରିୟା ସମ୍ପୂର୍ଣ ହୋଇ ଜଳସେଚନ ବିଭାଗକୁ ଜମି ହସ୍ତାନ୍ତର କରାଯାଇଛି | ସେହିପରି ଗତ ସମୀକ୍ଷା ବୈଠକ ପରେ ଜମି ଅଧିଗ୍ରହଣ ପ୍ରକ୍ରିୟା ତ୍ୱରାନ୍ୱିତ ହେବ ସଂଗେ ସଂଗେ ଜଳସେଚନ ବିଭାଗର ବିଭିନ୍ନ ପ୍ରକଳ୍ପରେ ନିର୍ମାଣ କାର୍ୟ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହେଇଛି |
ଜମି ଅଧିଗ୍ରହଣ ବିଳମ୍ବିତ ହେବାରୁ ପ୍ରକଳ୍ପ ସମ୍ପୂର୍ଣ ହେବାପାଇଁ ରାଜ୍ୟ ସରକାରଙ୍କର ଅଧିକ ଅର୍ଥ ଖର୍ଚ୍ଚ କରିବାକୁ ପଡିଥାଏଜ୍ଝସେଥିପାଇଁ ବିଭିନ୍ନ ଜମି ଅଧିଗ୍ରହଣ ଅଧିକାରୀମାନଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପର ବିଭିନ୍ନ ମାଇଲଖୁଣ୍ଟ ସମ୍ପୂର୍ଣ କରିବାକୁ ତାଗିଦ କରାଯାଇଥିଲା | ଜମି ଅଧିଗ୍ରହଣ ଅଧିକାରୀମାନଙ୍କୁ ଆବଶ୍ୟକ ସମୟରେ ବିଭିନ୍ନ ପ୍ରକାର ସହାୟତା ଯୋଗାଇଦେବାକୁ ଜଳସେଚନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା |ଜମି ଅଧିଗ୍ରହଣ ସମ୍ବନ୍ଧୀୟ ଆବଶ୍ୟକୀୟ ଦସ୍ତାବିଜ଼କୁ ଭୂମି ଅଧିଗ୍ରହଣ ପୋର୍ଟାଲ ମାଧ୍ୟମରେ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା |
ବିଭିନ୍ନ ପ୍ରକଳ୍ପର ସମୟସୀମା ମଧ୍ୟରେ ସାମାଜିକ ପ୍ରଭାବ ଆକଳନ ଅଧ୍ୟୟନ ଓ ପରିବେଶ ପ୍ରଭାବ ଆକଳନ ଅଧ୍ୟୟନ ସାରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା | ଜମି ଅଧିଗ୍ରହଣର କୌଣସି ପ୍ରକାର ବିଳମ୍ବକୁ ବରଦାସ୍ତ ନକରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ | ରାଜ୍ୟର ସମସ୍ତ ଜଳସେଚନ ପ୍ରକଳ୍ପ ପାଇଁ ମେ ମାସ ୩୦ ତାରିଖ ମଧ୍ୟରେ ଜମି ଅଧିଗ୍ରହଣ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ |
ଏହି ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଖଇଜଜଗଝ ପୋର୍ଟାଲ ସଂଗେ ସୠଗଝପୋର୍ଟାଲକୁ ସଂଯୋଗୀକରଣ କରି ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର ମାଧ୍ୟମରେ ସିଧାସଳଖ ଜମି ମାଲିକଙ୍କୁ ଜମିର ନ୍ୟାୟୋଚିତ ପ୍ରାପ୍ୟ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ | ଏହି ସଂଯୋଗୀକରଣ ପାଇଁ ସେ ଉଭୟ ବିଭାଗର ବରିଷ୍ଠ ଅଧିକାରୀ ଓ ଘଓଉର ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ |
ସମସ୍ତ ରାଜସ୍ବ ଡିଭିଜନର ଆଯୁକ୍ତମାନଙ୍କୁ ଏହିପରି ନିୟମିତ ସମୀକ୍ଷା ବୈଠକ କରି ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା | ଉଭୟ ଜଳସେଚନ ଅଧିକାରୀ ଓ ଜମି ଅଧିଗ୍ରହଣ ଅଧିକାରୀ ମାନଙ୍କୁ ନିଜ ଭିତରେ ସମନ୍ୱୟ ରକ୍ଷା କରି ରାଜ୍ୟ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଜମି ଅଧିଗ୍ରହଣ ତ୍ୱରାନ୍ୱିତ କରି ଜଳସେଚନ ପ୍ରକଳ୍ପ ନିର୍ମାଣକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା |
ଏଠାରେ ସୂଚନାଯୋଗ୍ୟ ଯେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ମାସିକ ସମୀକ୍ଷା ବୈଠକ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ତ୍ୱରାନ୍ୱିତ କରିବା ଦିଗରେ ଗୁରୁତ୍ୱାରୋପ କରାଯାଇଛି |