କିନ୍ନର ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଚା ଦୋକାନ ଉଦ୍‌ଘାଟିତ

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା କାର୍ଯ୍ୟାଳୟ ପରିସରରେ ବହୁଚାରା ମାତା କିନ୍ନର ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଚା ଦୋକାନ ଉଦ୍‌ଘାଟିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଜିଲ୍ଲାପରିଷଦ ସଭାପତି ଶ୍ରୀ ଜି.ତିରୁପତି ରାଓ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଆନୁକୁଲ୍ୟରେ ହୋଇଥିବା ଚା’ ଦୋକାନ ପାଇଁ ୫୦ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଥିବାର ମଧ୍ୟ ଜଣାପଡିଛି । ମୁଖ୍ୟତଃ କିନ୍ନର ମାନଙ୍କୁ ସ୍ୱବାଲମ୍ବୀ ତଥା ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ଏପରି ସ୍ୱୟଂସହାୟକ ଗୋଷ୍ଠୀ ଗଠନ କରାଯାଇ ଚା ଦୋକାନ କରିଥିବାର ଜଣାପଡିଛି ।
ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଥିବା ବେଳେ ବିଶେଷ କରି କିନ୍ନର ସଂଘ ବହୁ ଖୁସି ପ୍ରକଟ କରିଛନ୍ତି ।
ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀ ସଂଗ୍ରାମ କେଶରୀ ବେହେରା , ଜିଲ୍ଲା ସାମାଜିକ ଅଧିକାରୀ ଶ୍ରୀମତୀ କଲ୍ୟାଣୀ ଦାସ ପ୍ରମୁଖଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.