କଳିଙ୍ଗ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର

0

ଘୁ.ଉଦୟଗିରି (ଗଗନ କୁମାର ପ୍ରଧାନ): ନାରୀ ଓ ପୁରୁଷ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ବ I ସମାଜ ଗଠନ ଏବଂ ସାମାଜିକ ସହାବସ୍ଥାନ କ୍ଷେତ୍ରରେ ଉଭୟଙ୍କ ଭୂମିକା ଗୁରୁତ୍ଵପୂର୍ଣ୍ଣ I ଯୁଗେ ଯୁଗେ ନାରୀମାନଙ୍କୁ ଦୁର୍ବଳ ମନେ କରାଯାଉଥିବା ହେତୁ ଦିନକୁ ଦିନ ତାଙ୍କ ଉପରେ ଦିନକୁ ଦିନ ଅତ୍ୟାଚାର ବଢ଼ିବାରେ ଲାଗିଛି I କିନ୍ତୁ ସେମାନେ କୋୖଣସି ଦୃଷ୍ଟିରୁ ଅକ୍ଷମ ନୁହନ୍ତି I ଦୃଢ଼ ଇଚ୍ଛାଶକ୍ତି ଏବଂ ମନୋବଳର ଅଭାବ ହେତୁ ସେମାନେ ଅତ୍ୟାଚାରର ଶିକାର ହେଉଛନ୍ତି ବୋଲି କନ୍ଧମାଳ ଜିଲ୍ଲା ଅଧିନସ୍ଥ ଘୁ. ଉଦୟଗିରି ସ୍ଥିତ କଳିଙ୍ଗ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦଘାଟନ ଦିବସ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଥିଲେ I ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରିଣୀ ଇତିଶ୍ରୀ ଷଡ଼ଙ୍ଗୀ ଯୋଗ ଦେଇଥିବା ବେଳେ ଅଧ୍ୟାପକ ଡଃ ନଳିନୀ କୁମାର ପାଣିଗ୍ରାହୀ ମୁଖ୍ୟବକ୍ତା ଏବଂ ନିଶିକଳା ମହାନ୍ତି ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ଶେଷରେ ଆତ୍ମ ସୁରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମର ସଂଯୋଜିକା ଅଧ୍ୟାପିକା ଅନୀତା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ I

Leave A Reply

Your email address will not be published.