ଭଦ୍ରକ,(ସୀତାକାନ୍ତ ପାଢ଼ୀ)-:ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବଳ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଚଢ଼ାଉ କରାଯାଇ ୩.୨୦୦ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ପୁରୁଣାବଜାର ଥାନା ଅନ୍ତର୍ଗତ ମିର୍ଜାପୁର (ଲୁଣିଆମହଲା)ଗ୍ରାମର ସେକ ନିଜାମୁଦ୍ଦିନଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢାଉରେ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ, ଏ.ଏସ୍.ଆଇ ପୁରୁଷୋତ୍ତମ ମଲ୍ଲିକ ଓ ଦୀପକ ରାଉତ , କନେଷ୍ଟବଳ ପ୍ରଦୀପ ମଲ୍ଲିକ, ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ଶିବପ୍ରସାଦ ସାହୁ, ସଞ୍ଜୟ କୁମାର ପାତ୍ର,ମିଥୁନ ଜେନା, ଜେମାମଣୀ ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ କେସ ନଂ: ୧୪/୨୨-୨୩ ମୂଳେ ମାମଲା ରୁଜ୍ଜୁ କରାଯାଇଛି।
Sign in
Sign in
Recover your password.
A password will be e-mailed to you.