ଭାପୁର ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

0

ନୟାଗଡ଼(ବିଶ୍ୱଜିତ ନାୟକ) – ଆଜି ସକାଳ ୮ଘଟିକା ସମୟରେ ଭାପୁର ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ସମୁଦାୟ ୧୬୩ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୪୭ଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୩ଗୋଟିର ଶୁଣାଣି କରାଯାଇ ସମୁଦାୟ ୭୫ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୧ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୭୯୦୦୦/- ଏବଂ ଜିଲ୍ଲା ରେଡକ୍ରସ ସଂସ୍ଥାରୁ ୨ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୪୫୦୦/- ଆର୍ଥିକ ଅନୁଦାନ ପ୍ରଦାନ କରାଗଲା । ଅବଶିଷ୍ଟ ୭୫ଗୋଟି କେସକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ସିଦ୍ଧାର୍ଥ କଟାରିଆ, ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ,ଅଧ୍ୟକ୍ଷା, ପଂଚାୟତ ସମିତି ଭାପୁର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଭାପୁର, ତହସିଲଦାର ଭାପୁର, ଜିଲ୍ଲାସ୍ତରୀୟ ପଦାଧିକାରୀ,ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡୁଙ୍କୁ ସହଯୋଗ କରିଥିଲେ ।

Leave A Reply

Your email address will not be published.