ମହାରାଜା ଶ୍ରୀ ଶ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୧ ତମ ଜୟନ୍ତୀ ପାଳିତ

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ଉତ୍କଳ ହିତୈଷିଣୀ ସଭାଗୃହରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ମହାରାଜା ଶ୍ରୀ ଶ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୧ ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି।

ଏହି ସମାରୋହରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଗାବରା ତିରୁପତି ରାଓ ମୁଖ୍ଯ ଅତିଥି , ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ମୁଖ୍ଯବକ୍ତା , ଓ ଅନ୍ଯ ଅତିଥିମାନଙ୍କ ମଧ୍ଯରେ ଶ୍ରୀ ବିନୋଦ ଜେନା , ଶ୍ରୀ ଭାରତ ଭୂଷଣ ମହାନ୍ତି , ଶ୍ରୀ ଭାଗବତ ପାଢୀ , ଜିଲ୍ଲା ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସ୍ୱରାଜ ଶିଶା ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ କରିଥିଲେ।
ସ୍ଥାନୀୟ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭକ୍ତି ସଙ୍ଗୀତ ସଂସଦର ଛାତ୍ରଛାତ୍ରୀମାନେ ଗୁରୁ ଶ୍ରୀ ରଘୁନାଥ ପାତ୍ରଙ୍କ ତତ୍ତ୍ୱାବଧାନରେ ପ୍ରାରମ୍ଭିକ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରିଥିଲେ।
ବକ୍ତା ମାନେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଗୁଣଗାନ କରିବା ସହ ମହାରାଜାଙ୍କ ଦୂରଦୃଷ୍ଟିର ଭୂୟସୀ ପ୍ରଶଂସା କରିଥିଲେ। ଏହି ଅବସରରେ ଶିକ୍ଷକ ଶ୍ରୀ ସଚ୍ଚିଦାନନ୍ଦ ସାମଲଙ୍କ ଦ୍ବାରା ଲିଖିତ ଅବିସ୍ମରଣୀୟ ପ୍ରତିଭା କୃଷ୍ଣଚନ୍ଦ୍ର ଗଜପତିଙ୍କ ଉପରେ ଏକ ପୁସ୍ତକର ଉନ୍ମୋଚନ କରାଯାଇଥିଲା । ଶେଷରେ ତ୍ରିପତି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.