ଭୁବନେଶ୍ୱର: ଜଣାଶୁଣା ଟିଭି ଉପସ୍ଥାପକ, ବୈଦ୍ୟୁତିକ ଗଣମାଧ୍ୟମର ବରିଷ୍ଠ ସାମ୍ବାଦିକ ସ୍ୱୟଂପ୍ରକାଶ ମହାପାତ୍ର ବୁଧବାର ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବରେ ଦଳରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି ଓ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ତାହା ସେ ନିର୍ବାହ କରିବେ ବୋଲି କହିଛନ୍ତି ସ୍ୱୟଂପ୍ରକାଶ । ଗତ ପ୍ରାୟ ୧ ଦଶନ୍ଧି ଧରି ଶ୍ରୀ ମହାପାତ୍ର ଏକାଧିକ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମରେ ବିଭିନ୍ନ ପଦରେ କାର୍ଯ୍ୟ କରିଛନ୍ତି।
Sign in
Sign in
Recover your password.
A password will be e-mailed to you.